ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଶ୍ରୀମନ୍ଦିରରେ ଏହି ବିଶେଷ ନୀତି ଦର୍ଶନ ପାଇଁ ଗୁରୁବାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଦ୍ୱିପ୍ରହର ଧୂପ ବେଶରେ ମହାପ୍ରଭୁ ଦକ୍ଷିଣ ଭୂଜରେ ଗୋଟିଏ ଏବଂ ଉତ୍ତର ଭୂଜରେ ୨ଟି ଆଜ୍ଞାମାଳ ଲାଗି ହୋଇଥିଲେ। ଏହାପରେ ପାଟରା ବିଶୋଇ ସେବକଙ୍କ ଦ୍ୱାରା ବାସୁଙ୍ଗା ପାଟରେ ପ୍ରସ୍ତୁତ ୪ଟି ରାଖୀ ଏବଂ ୪ଟି ଗୁଆମାଳକୁ ଶ୍ରୀଜଗନ୍ନାଥ ଏବଂ ବଡ଼ଠାକୁରଙ୍କ ଶ୍ରୀଭୁଜରେ ପୁଷ୍ପାଳକ ସେବକ ଲାଗି କରାଇଥିଲେ। ରତ୍ନସିଂହାସନ ତଳେ ବଡଠାକୁରଙ୍କ ସମ୍ମୁଖରେ ଷଷ୍ଠୀ, ମାର୍କଣ୍ଡୀ ଓ ବରୁଣ ପୂଜା ହୋଇଥିଲା। ପରେ ପରେ ଦ୍ୱିପ୍ରହର ଧୂପ ଏବଂ ଯାତ୍ରାଙ୍ଗୀ ଭୋଗ ବଢି ଆଳତି ହୋଇଥିଲା। ଭୋଗ ଉଠିଲା ପରେ ଭିତର ପାଣି ପଡି ଧୋପଖାଳ (ସଫା) କରାଯାଇଥିଲା। ଶୁଦ୍ଧସୁଆର ଗୋଟିଏ ପିତ୍ତଳ ଥାଳିରେ ପାତ୍ରିସଜ ଏବଂ ଗିନାମାନଙ୍କରେ ମଙ୍ଗଳାର୍ପଣ ସାମଗ୍ରୀ ରଖିବା ପରେ ବଡ଼ ବାଡରେ ମଙ୍ଗଳାର୍ପଣ ନୀତି ଅନୁଷ୍ଠିତ ହୋଇଥିଲା। ପୂଜାପଣ୍ଡା, ପତିମହାପାତ୍ର ଏବଂ ମୁଦିରସ୍ତ ତିନି ବାଡ଼ରେ ବନ୍ଦପନା କରିଥିଲେ। ଏହାପରେ ମହାଜନ ସେବକମାନେ ମଦମୋହନଙ୍କୁ ଦକ୍ଷିଣୀ ଘରୁ ରତ୍ନସିଂହାସନକୁ ବିଜେ କରାଇଥିଲେ। ମଦମୋହନ, ଶ୍ରୀଦେବୀ, ଭୁଦେବୀ ଆଜ୍ଞାମାଳ ପାଇବା ପରେ ସକାଳ ୯ଟାରେ ଝୁଲଣ ମଣ୍ଡପକୁ ବିଜେ ହୋଇଥିଲେ। ଚକ୍ରରାଜ ସୁଦର୍ଶନ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇବା ପରେ ଦଇତାପତିମାନେ ସୁଦର୍ଶନଙ୍କୁ ଜଗମୋହନସ୍ଥିତ ଚଉଦୋଳକୁ ବିଜେ କରାଇଥିଲେ। ସୁଦର୍ଶନଙ୍କୁ ପାଟ ପତନି ଏବଂ ଚୁଳ ଲାଗି ହୋଇଥିଲା। ଏହାପରେ ବିମାନବଡୁମାନେ ଚଉଦୋଳରେ ସୁଦର୍ଶନଙ୍କୁ ନେଇ ଝୁଲଣ ମଣ୍ଡପରେ ବିଜେ କରାଇଥିଲେ। ସେଠାରେ ସୁଦର୍ଶନଙ୍କୁ ସୁବର୍ଣ୍ଣ ଓଡ଼ିଆଣି ଏବଂ ସୁନା ହରିଡ଼ାମାଳି ଲାଗି କରାଯାଇଥିଲା। ବିମାନବଡୁମାନେ ସୁଦର୍ଶନଙ୍କୁ ମାର୍କଣ୍ଡ ପୁଷ୍କରିଣୀଙ୍କୁ ନେଇଥିଲେ। ସେଠାରେ ଥିବା ମଣ୍ଡପରେ ସୁଦର୍ଶନଙ୍କୁ ବିଜେ କରାଯାଇଥିଲା। କୁମ୍ଭାର ବିଶୋଇ ଦେଇଥିବା ଚିକିଟା ମାଟିରେ ଶୁଦ୍ଧସୁଆର ବଳଭଦ୍ରଙ୍କ ମୂର୍ତ୍ତି ନିର୍ମାଣ କରିଥିଲେ। ପୂଜାପଣ୍ଡା ତାହାକୁ ଜୀବନ୍ୟାସ ଦେଇ ଜାତ କର୍ମ କରିଥିଲେ। ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରି ଶୀତଳ ମଣୋହୀ କରିଥିଲେ। ଏହାପରେ ବନ୍ଦପନା ହୋଇ ବଳଭଦ୍ର ପିତୁଳାକୁ ଜଳରେ ବିସର୍ଜନ କରାଯାଇଥିଲା। ପରେ ସୁଦର୍ଶନ ୪ ଆଶ୍ରମ (ମାର୍କଣ୍ଡ, ଅଙ୍ଗିରା, ପଣ୍ଡୁ ଏବଂ ଭୃଗୁ) ପରିକ୍ରମା କରି ସିଂହଦ୍ୱାର ପହଞ୍ଚତ୍ଲେ। ବନ୍ଦାପନା ପରେ ଚକ୍ରରାଜ ସୁଦର୍ଶନ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଏହାପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ ନୀତି ବଢିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri