ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧା ହେବା ପରେ ଯେଉଡ଼ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ, ଖିରି ଆଦି) ରୋଷରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା।
ଯେଉଡ଼ ଭୋଗ ଏବଂ ଗର୍ଭ ଉଦକ ବନ୍ଦାପନା ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଗର୍ଭବତୀ ନାରୀମାନେ ସୁଖ ପ୍ରସବ ଲାଗି ଯେଉଡ଼ ଫଳ ଖାଇଥାନ୍ତି। ଜନ୍ମାଷ୍ଟମୀ ପୂର୍ବଦିନ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଯେଉଡ଼ ଭୋଗ ଖାଇଥାନ୍ତି। ତାଙ୍କ ଗର୍ଭରେ ଶ୍ରୀକୃଷ୍ଣ ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ତାହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ଶ୍ରୀକୃଷ୍ଣ ସୃଷ୍ଟି ହେବେ ବୋଲି ଗବେଷକ ଡ. ଦାଶ ମତବ୍ୟକ୍ତ କରିଛନ୍ତି।

୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଶୁକ୍ରବାର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ନୀତି ପାଳନ ପାଇଁ ମହାପ୍ରଭୁଙ୍କ ଦର୍ଶନ ୫ଘଣ୍ଟା ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ତାହାକୁ ଯେପରି କେହି ସାଧାରଣ ଭକ୍ତ ଦେଖି ନ ପାରିବେ ସେଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନରେ କଟକଣା ଲଗାଯାଇଛି। ସନ୍ଧ୍ୟା ଧୂପ ପୂଜା ପରଠାରୁ ଅର୍ଥାତ୍‌ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ସମ୍ପନ୍ନ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri