ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ ଶାନ୍ତି ଶୃଙ୍ଖଳାର ସହ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଛନ୍ତି। ସୋମବାର ରାତ୍ର ୧୨ଟାରେ ପହୁଡ଼ କରାଯାଇଥିଲା। ରାତି ୧ଟା ୪୦ରେ ଦ୍ୱାର ଫିଟା ଯାଇଥିବାବେଳେ ୨ଟା ୧୫ରେ ମଙ୍ଗଳ ଆଳତି, ମଙ୍ଗଳବାର ଭୋର ୩ଟା ୩୫ରେ ଅବକାଶ ନୀତି ସମ୍ପନ୍ନ ହୋଇଥିଲା। ଏହା ପରେ ଦାରୁଦିଅଁଙ୍କ ସୁନାବେଶ ଆରମ୍ଭ ହୋଇଥିଲା। ପରେ ଅନ୍ୟାନ୍ୟ ନୀତି ସୁରୁଖୁରରେ ଆଗକୁ ବଢି ପୂର୍ବାହ୍ନ ସାଢେ ୧୧ଟାରେ ଭୋଗମଣ୍ଡପ ସରି ମହାପ୍ରସାଦ ବାହାରିଥିଲା।

କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ଲାଗି ସୋମବାର ରାତି ୧୨ଟା ପରଠାରୁ ସିଂହଦ୍ୱାର ସମ୍ମୁଖରେ ଗହଳି ଲାଗିଥିଲା। ମଙ୍ଗଳବାର ସକାଳ ହେବା ବେଳକୁ ଲକ୍ଷାଧିକ ଭକ୍ତ ଠାକୁରଙ୍କ ଦର୍ଶନ କରିସାରିଥିଲେ। ପୂର୍ବାହ୍ନ ସାଢେ ୧୧ଟାରେ ଅବଢା ବାହାରିଥିବାରୁ ଭକ୍ତମାନେ ଆନନ୍ଦରେ ମହାପ୍ରସାଦ ସେବନ କରିଥିଲେ। ଅପରାହ୍ନ ୨ଟା ୫୫ରେ ମହାପ୍ରଭୁଙ୍କ ସୁନାବେଶ ଓଲାଗି ହୋଇ ଅନ୍ୟାନ୍ୟ ନୀତି ଚାଲିଥିଲା। ଭକ୍ତଙ୍କ ଭିଡ଼କୁ ନିୟନ୍ତ୍ରଣ ଲାଗି ସ୍ଥାୟୀ ବ୍ୟାରିକେଡ ସହିତ ଅସ୍ଥାୟୀ ବ୍ୟାରିକେଡ କରାଯାଇଥିଲା। ସିଂହଦ୍ୱାରରୁ ଶ୍ରଦ୍ଧାଳୁମାନେ ବାଇଶିପାହାଚ, କୀର୍ତ୍ତନ ଚକଡ଼ା ବ୍ୟାରିକେଡ, ସାତପାହାଚ ଦେଇ ବାହାରକାଠ ନିକଟରେ ଦର୍ଶନ କରି ଗାରଦ ଦ୍ୱାର ଦେଇ ବାହାରିଥିଲେ। ଭିତର କାଠ ଦର୍ଶନ ସମୟରେ ଭକ୍ତ ଜୟ ବିଜୟ ଦ୍ୱାର ଦେଇ ଜଗମୋହନକୁ ଯାଇ ଦର୍ଶନ ସାରିବା ପରେ ବେହରଣ ଦ୍ୱାର ଦେଇ ବାହାରିଥିଲେ।

ଶୃଙ୍ଖଳିତ ଦର୍ଶନ, ଶାନ୍ତିଶୃଙ୍ଖଳା ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ପୁରୀରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ। ଶ୍ରୀମନ୍ଦିର ଭିତରେ, ବାହାରେ ଏବଂ ବଡ଼ଦାଣ୍ଡରେ ବ୍ୟାପକ ପୋଲିସ ନିୟୋଜିତ ଥିଲେ। ଏହି ଶୃଙ୍ଖଳା ପାଇଁ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସମସ୍ତ ସେବାୟତ ନିଯୋଗ ଏବଂ ପାଳିଆ ସେବାୟତଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri