ଶ୍ରୀମନ୍ଦିରରେ ହେଲା ଦିବା ପହୁଡ଼: ଦିନରେ ୨ ଘଣ୍ଟା ୧୦ ମିନିଟ୍‌ ଶୋଇଲେ ଠାକୁର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରରେ ଶନିବାର ନିର୍ଘଣ୍ଟ ସମୟରେ ନୀତି ଅନୁଷ୍ଠିତ ହୋଇ ଠାକୁରଙ୍କ ଦିବା ପହୁଡ଼ ସମ୍ପନ୍ନ ହୋଇଛି। ଅପରାହ୍ନ ୩ଟା ୩୫ରେ ପହୁଡ଼ ହୋଇ ୫ଟା ୪୫ରେ ଦ୍ୱାର ଫିଟା ଯାଇଥିଲା। ଫଳରେ ମହାପ୍ରଭୁ ଦିନରେ ୨ ଘଣ୍ଟା ୧୦ ମିନିଟ୍‌ ଶୋଇଥିଲେ। ଏହି ସମୟରେ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଠାକୁରଙ୍କ ଦିବା ପହୁଡ଼ ନୀତି ରହିଛି। କିନ୍ତୁ କୌଣସି କାରଣକୁ ନେଇ ଯଦି ନୀତି କାନ୍ତି ବିଳମ୍ବ ହୁଏ କିମ୍ବା ଭକ୍ତଙ୍କ ଅଧିକ ଗହଳି ଥାଏ ତେବେ ଦିବା ପହୁଡ଼ ହୋଇ ନ ଥାଏ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ତ୍ତିକ ମାସ ବାଳ ଧୂପ ନୀତି ଲାଗି ହୋଇଥିବା ସ୍ବତନ୍ତ୍ର ନୀତି ନିର୍ଘଣ୍ଟରେ ଦିବା ପହୁଡ଼ କରାଯିବା ଲାଗି ଧାର୍ଯ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ଦିବା ପହୁଡ଼ ଲାଗି ସ୍ଥିର ହୋଇଥିଲେ ମଧ୍ୟ ଭକ୍ତଙ୍କ ଗହଳି ଯୋଗୁ ଏହା ସମ୍ଭବ ହେଉ ନ ଥିଲା। କିନ୍ତୁ ଶନିବାର ନୀତିକାନ୍ତି ନିର୍ଘଣ୍ଟ ଅନୁସାରେ ଚାଲିଥିବାରୁ ଭକ୍ତମାନେ ଶୃଙ୍ଖଳିତ ଭାବେ ଦର୍ଶନ କରିିଥିଲେ। ଫଳରେ ଗହଳି ଜଣାପଡି ନ ଥିଲା। ତେଣୁ ଦିବା ପହୁଡ଼ କରାଯାଇଥିବା ଶ୍ରୀମନ୍ଦିରର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ସୂଚନାଥାଉ କି, ଶନିବାର ଭୋର ୪ଟା ୧୦ରେ ଦ୍ୱାର ଫିଟା ଯାଇଥିବାବେଳେ ମଧ୍ୟାହ୍ନ ୧୨ଟା ୨୫ରେ ଭୋଗମଣ୍ଡପ ବଢ଼ିଥିଲା। ସାଢେ ଗୋଟାଏରେ ମଧ୍ୟାହ୍ନ ଧୂପ ସରିଥିବା ବେଳେ ଅପରାହ୍ନ ୩ଟାରେ ଦ୍ୱିତୀୟ ଭୋଗ ମଣ୍ଡପ ବଢ଼ିଥିଲା। ଏହାପରେ ୩ଟା ୩୫ରେ ଦିବା ପହୁଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri