ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ କରିବା ସମ୍ପୂର୍ଣ୍ଣ ନିଷେଧ। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଇ ମଙ୍ଗଳବାର ଶ୍ରୀମନ୍ଦିର ଉପରେ ଉଡିଛି ଡ୍ରୋନ। କିଛି ସମୟ ଡ୍ରୋନ୍‌ ଉଡ଼ିବା ଏବଂ ପୋଲିସ ଖୋଜିବାକୁ ଚେଷ୍ଟା କରି ବିଫଳ ହେବା ଘଟଣା ବଡ଼ଦେଉଳର ସୁରକ୍ଷା ବ୍ୟବସ୍ଥାକୁ ପଦାରେ ପକାଇଛି। ସକାଳେ ଏକ ଡ୍ରୋନ ମନ୍ଦିର ଉପରେ ଉଡୁଥିଲା। କେତେଜଣ ଭକ୍ତ ଦେଖିବା ପରେ ଏହା ପୋଲିସ ଓ ସେବାୟତଙ୍କ ନଜରକୁ ଆସିଥିଲା। ସେତେବେଳେ ଡ୍ରୋନ ଭିତର ବେଢା ଅଞ୍ଚଳ ଉପରେ ଉଡୁଥିଲା। ଏହାକୁ ଫଲୋ କରିବା ଲାଗି ଜଣେ ପୋଲିସ ଅଧିକାରୀ ଉତ୍ତର ଦ୍ୱାର ବାଟେ ବାହାରକୁ ଆସିଥିଲେ। ହେଲେ ଡ୍ରୋନଟି ଦକ୍ଷିଣ ଦ୍ୱାର ଉପର ଦେଇ ହରଚଣ୍ଡୀସାହି ଆଡ଼କୁ ପଳାଇଥିଲା। ଫଳରେ ପୋଲିସ ତା’ର ଟେର୍‌ ପାଇପାରି ନ ଥିଲା। ଶ୍ରୀମନ୍ଦିରରେ କାର୍ଯ୍ୟରତ ଜଣେ ପୋଲିସ ଅଧିକାରୀଙ୍କ ସୂଚନା ମୁତାବକ, ସକାଳେ ଏକ ଡ୍ରୋନ ଶ୍ରୀମନ୍ଦିର ଉପରେ ଉଚ୍ଚରେ ଉଡୁଥିଲା। ଡ୍ରୋନଟି ବହୁତ ଛୋଟ ଦେଖାଯାଉଥିଲା। ହୋ ହଲ୍ଲା ହେବା ପରେ ଏହି ଡ୍ରୋନଟି ହରଚଣ୍ଡୀସାହି ଆଡକୁ ପଳାଇଥିଲା। ଫଳରେ ଏହାକୁ ଠାବ କରାଯାଇ ପାରି ନ ଥିଲା। ଅନ୍ୟପକ୍ଷରେ ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ରଞ୍ଜନ କୁମାର ମଲିକ କହିଛନ୍ତି, ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିଥିବା ଶୁଣିଛି, କିନ୍ତୁ ଏହାକୁ ଦେଖିନାହଁୁ। ରାତିରେ ମନ୍ଦିର ଉପରେ ଏକ ଲାଇଟ୍‌ ଦେଖି ଡ୍ରୋନ ଭାବି ଏହାକୁ ଫଲୋ କରିଥିଲୁ। କିନ୍ତୁ ଏହା ବାଣ ଲାଇଟ୍‌ ବୋଲି ଜଣାପଡ଼ିିଥିଲା। ତଥାପି ପୋଲିସ ଏହା ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri