ଶ୍ରୀମନ୍ଦିର ଓ୍ବାଚ୍‌ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ

ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ରବିବାର ଏକ ଭାଇରାଲ ଭଡିଓରୁ ସ୍ପଷ୍ଟ ହୋଇଛି। ମନ୍ଦିରର ଉତ୍ତର-ପଶ୍ଚିମ କୋଣରେ ଥିବା ଏକ ଓ୍ବାଚ୍‌ ଟାଓ୍ବାର ଉପରେ ତିନିଜଣ ବିଦେଶିନୀ ଚଢି ଶ୍ରୀମନ୍ଦିର ଦୃଶ୍ୟକୁ ଉପଭୋଗ କରିବା ସହ ଫଟୋ ମଧ୍ୟ ଉଠାଇଛନ୍ତି। ପରେ ସେମାନେ ଓହ୍ଲାଇ ତଳକୁ ଆସୁଥିବାର ଦୃଶ୍ୟ ଏହି ଭିଡିଓରେ ରହିଛି। ପୂର୍ବରୁ ମଧ୍ୟ ରୁଷିଆର ୮ ଜଣ ପର୍ଯ୍ୟଟକ ଏମାର ମଠ ଉପରୁ ଡ୍ରୋନ୍‌ରେ ଭିଡିଓ ଉତ୍ତୋଳନ କରି ଧରାପଡିଥିଲେ। ତେବେ ପୁଣି ବିଦେଶିନୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଇ ଓ୍ବାଚ୍‌ ଟାଓ୍ବାର ଉପରକୁ ଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri