ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କମିଟିର ଆବାହକ ସୂର୍ଯ୍ୟନାରାୟଣ ରଥଙ୍କ ନେତୃତ୍ୱରେ ବ୍ରାହ୍ମଣମାନେ ଉପବାସ ରହି ଏହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମନ୍ଦିରରୁ ବ୍ରାହ୍ମଣଙ୍କୁ ଯଦି ପ୍ରଶାସନ ବାହାର କରିଛି ତେବେ ଶ୍ରଦ୍ଧାଳୁମାନେ ଏଥର ମନ୍ଦିର ପ୍ରଶାସନିକ ଅଧିକାରୀଙ୍କୁ ବ୍ରାହ୍ମଣ ଭୋଜନ ଦିଅନ୍ତୁ ବୋଲି କହି ମହାପ୍ରସାଦ ଏବଂ ୧୧ ଟଙ୍କା ଧରି ଅଭିନବ ଧାରଣା ଦେଇଥିଲେ। ଆବାହକ ରଥ କହିଛନ୍ତି, ଆନନ୍ଦ ବଜାରରେ ଯେଉଁ ବ୍ରାହ୍ମଣମାନେ ବ୍ରାହ୍ମଣ ଭୋଜନ କରନ୍ତି ସେମାନଙ୍କୁ ଗତ କିଛିଦିନ ତଳେ ମନ୍ଦିର ପ୍ରଶାସନ ପୋଲିସ ଲଗାଇ ବାହାର କରିଦେଇଛି । ମନ୍ଦିରରୁ ସେମାନଙ୍କୁ ତଡ଼ି ଏକପ୍ରକାରର ଅପମାନିତ କରାଯାଇଛି। ସନାତନ ଧର୍ମରେ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ମୂଳ ଉତ୍ସ। ଏହାପରେ ବ୍ରାହ୍ମଣ। ମନ୍ଦିରରୁ ବ୍ରାହ୍ମଣଙ୍କୁ କେବେ ଅଲଗା କରିହେବ ନାହିଁ। ଶ୍ରୀମନ୍ଦିରରେ ପ୍ରତ୍ୟହ ଶତାଧିକ ଶ୍ରାଦ୍ଧ କର୍ମ ହୁଏ। ଶହ ଶହ ଶ୍ରଦ୍ଧାଳୁ ଶ୍ରାଦ୍ଧ କର୍ମ କରିବା ସହ ବ୍ରାହ୍ମଣଙ୍କୁ ଭୋଜନ ଦେଇ ଆଶୀର୍ବାଦ ନେଇଥାନ୍ତି। କିନ୍ତୁ ଶୃଙ୍ଖଳା ଆଳରେ ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରାଯାଇ ହିନ୍ଦୁ ଧର୍ମ ପରମ୍ପରା ପ୍ରତି ଆଘାତ ଦିଆଯାଇଛି। ଫଳରେ ପ୍ରଶାସନ ବିରୋଧରେ ବ୍ରାହ୍ମଣମାନେ ରାସ୍ତାକୁ ଓହ୍ଲାଇଛନ୍ତି। ଯେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ସେମାନଙ୍କୁ ଆନନ୍ଦ ବଜାର ଭିତରକୁ ନ ନେଇଛି ସେ ପର୍ଯ୍ୟନ୍ତ ବ୍ରାହ୍ମଣମାନେ ଉପବାସ ରହି ଏଭଳି ଆନ୍ଦୋଳନ ଚଳାଇବେ ବୋଲି ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri