ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଜଷ୍ଟିସ ବି.ପି. ଦାସ କମିଶନଙ୍କ ସୁପାରିସ ଅନୁଯାୟୀ, ଶ୍ରୀମନ୍ଦିରର ସୁରକ୍ଷା ଲାଗି ମେଘନାଦ ପାଚେରି ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବାକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଉଚ୍ଛେଦ ପାଇଁ ଆବଶ୍ୟକ ସର୍ଭେ ଏବଂ ଜମି ଅଧିଗ୍ରହଣ ଲାଗି ପୁରୀ ଜିଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ହେଲେ କ୍ଷତିଗ୍ରସ୍ତ ଲୋକେ ଏବଂ ସଂସ୍ଥାକୁ ଥଇଥାନ କରାଯିବା ସହିତ କ୍ଷତିପୂରଣ ଦିଆଯିବ। ହେଲେ ଏହି ଉଚ୍ଛେଦ ନିଷ୍ପତ୍ତିକୁ କ୍ଷତିଗ୍ରସ୍ତ ହେବାକୁ ଥିବା ଲୋକେ, ଶ୍ରୀମନ୍ଦିରର ସେବାୟତ ଓ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ବିରୋଧ କରାଯାଉଥିବା ବେଳେ ଶ୍ରୀମନ୍ଦିରର ସୁରକ୍ଷା ଭଳି ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଅନେକେ ସ୍ବାଗତ କରୁଛନ୍ତି।
ବିରୋଧ କରୁଥିବା ଲୋକମାନଙ୍କ କହିବା କଥା ହେଉଛି ମଠ, ମନ୍ଦିରକୁ ନେଇ ହିଁ ପୁରୀ ସହର ସମୃଦ୍ଧ। ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ମଠ, ବହୁସଂଖ୍ୟକ ମନ୍ଦିର, ଶହ ଶହ ଦୋକାନ, ବାସଗୃହ ଓ ସେବାୟତଙ୍କ ଘର ଭାଙ୍ଗିବ। ଶ୍ରୀଜଗନ୍ନାଥ ସେନାର ଆବହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ସରକାର କ’ଣ ପାଇଁ ହଠାତ୍‌ ଏଭଳି ଜମି ଅଧିଗ୍ରହଣ ପାଇଁ ମନ ବଳାଇଛନ୍ତି ଏହା ପ୍ରଥମେ ସ୍ପଷ୍ଟ କରିବା ଦରକାର। ଯଦି ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଏହା କରାଯାଉଛି ତେବେ ପ୍ରଥମେ ଶ୍ରୀମନ୍ଦିରକୁ ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଉ। ମଠ, ମନ୍ଦିରକୁ ନେଇ ପୁରୀ ସହରର ଐତିହ୍ୟ ସମୃଦ୍ଧ। ହେଲେ ସରକାର ଐତିହ୍ୟକୁ ଭାଙ୍ଗିରୁଜି ଦେବାକୁ ମନସ୍ଥ କରିଛନ୍ତି। ଅନ୍ୟପକ୍ଷରେ ଏହି ନିଷ୍ପତ୍ତି ନେବା ପୂର୍ବରୁ ଜନଶୁଣାଣି କରାଯାଇ ନାହିଁ ବୋଲି ପ୍ରିୟଦର୍ଶନ କହିଛନ୍ତି। ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର କହିଛନ୍ତି, ସରକାର ଏକପାଖିଆ ଭାବେ ତାଙ୍କ ନିଷ୍ପତ୍ତି ପୁରୀବାସୀଙ୍କ ଉପରେ ଲଦି ଦେଉଛନ୍ତି। ଶ୍ରୀମନ୍ଦିରର ଭୌଗୋଳିକ ସ୍ଥିତିକୁ ଅନୁଧ୍ୟାନ ନ କରି ୭୫ ମିଟର ମଧ୍ୟରେ ଯାହା ଆସିବ ତାହା ଭଙ୍ଗାଯିବା ଗ୍ରହଣୀୟ ନୁହେଁ। ପୁରୁଷ ପୁରୁଷ ଧରି ଘର କରି ରହିଥିବା ଲୋକଙ୍କୁ ସେମାନଙ୍କ ଭିଟାମାଟିରୁ ଉଚ୍ଛେଦକୁ କେବେ ବରଦାସ୍ତ କରାଯିବ ନାହିଁ। ବ୍ୟକ୍ତିଗତ ଭାବେ ସେ ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମ୍‌କୋର୍ଟ ଯିବେ ବୋଲି ବିନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri