ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରହିଥିଲା। ୟେସ୍‌ ବ୍ୟାଙ୍କ ସ୍ଥିତି ଖରାପ ହେବା ପରେ ସେହି ଟଙ୍କା କିପରି ଫେରିବ ତାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଜୋର୍‌ ଧରିଥିଲା। ସେହି ଅର୍ଥ ଗୁରୁବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭାଜପା ରାଜ୍ୟ ନେତୃବୃନ୍ଦ ଧନ୍ୟବାଦ ଜଣାଇଛନ୍ତି। ୟେସ୍‌ ବ୍ୟାଙ୍କରୁ ଜଗନ୍ନାଥଙ୍କର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଜଗନ୍ନାଥ ମନ୍ଦିର କର୍ପସ ପାଣ୍ଠିର ଷ୍ଟେଟ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି। ଏହା କେବଳ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସମ୍ଭବ ହୋଇଛି ବୋଲି ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ସେ ଆହୁରି କହିଛନ୍ତି ଯେ, ଜଗନ୍ନାଥଙ୍କ ଟଙ୍କା ଘରୋଇ ବ୍ୟାଙ୍କରେ କିପରି ରହିଲା ତାହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା ଦରକାର। ପୂର୍ବରୁ ଶ୍ରୀମନ୍ଦିର ଟଙ୍କା ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ରଖୁଥିଲେ। ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ନିର୍ଦ୍ଦେଶନାମା ଏବଂ ମନ୍ଦିର ପରିଚାଳନା ଅଧିନିୟମକୁ ବେଖାତିର କରି କାହିଁକି ଘରୋଇ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ରଖାଗଲା ଏବଂ ଏଥିପାଇଁ କିଏ ଦାୟୀ ତାହା ତଦନ୍ତ ପରିସରଭୁକ୍ତ କରାଯାଉ। ଏହା ସହ ଓଡ଼ିଶା ସରକାରଙ୍କ ଓଏମ୍‌ସି, ବିଭିନ୍ନ ସମବାୟ ବ୍ୟାଙ୍କର ଅର୍ଥ ଏବଂ ଅନ୍ୟ ବିଭାଗଗୁଡିକର କୋଟି କୋଟି ଅର୍ଥ ୟେସ୍‌ ବ୍ୟାଙ୍କରେ ରଖାଯାଇଛି। କେଉଁ କେଉଁ ଅଫିସର ଏହି ଘରୋଇ ବ୍ୟାଙ୍କରେ ଟଙ୍କା ରଖିବା ଘଟଣାରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରି ସେମାନଙ୍କ ବିରୋଧରେ ଦୃଢ କାଯର୍‌ୟାନୁଷ୍ଠାନ ନିଆଯାଉ ବୋଲି ପୃଥ୍ବୀରାଜ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri