ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରତି ଅବମାନନା। ତେଣୁ ରଥଯାତ୍ରାର ବିଧି ବିଶ୍ୱବାସୀଙ୍କୁ ଜଣାଯିବ। ମହାପ୍ରଭୁଙ୍କର ଏହି ମହାନ୍‌ ପର୍ବ ରଥଯାତ୍ରାର ପରିଚାଳନା ଲାଗି ବିଧି କ’ଣ ରହିଛି ତାହା ସମସ୍ତଙ୍କୁ ଜଣାଇବୁ। ପରିଚାଳନା କମିଟିରୁ ଏ ସଂକ୍ରାନ୍ତରେ ଏକ ପ୍ରସ୍ତାବ ପାରିତ ହୋଇ ରାଜ୍ୟ ସରକାରଙ୍କୁ ମଧ୍ୟ ଏ ଦିଗରେ ସହଯୋଗ କରିବା ଲାଗି ଅନୁରୋଧ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଅନୁଷ୍ଠିତ ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ କହିଥିଲେ, ଶ୍ରୀମନ୍ଦିର ସେବାପୂଜା ଏବଂ ପରମ୍ପରାରେ ଅନେକ ମଠର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ମନ୍ଦିର ଏବଂ ମଠ ଭିତରେ ଥିବା ଏହି ସମ୍ପର୍କକୁ ସମ୍ପୂର୍ଣ୍ଣ ଭାବେ ବଜାୟ ରଖାଯିବ। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଏବଂ ଏଥିପାଇଁ ଯାହା ଆଇନ ରହିଛି ସେହି ପ୍ରକାରେ ମଠଗୁଡ଼ିକର ବିକାଶ ଓ ପୁନରୁଦ୍ଧାର କରାଯିବ। ଏଥିଲାଗି ୩ ଜଣିଆ ମଠ ଉନ୍ନୟନ ସବ୍‌ କମିଟି ଗଠନ କରାଯାଇଛି। ମଠ ଉନ୍ନୟନ ସବ୍‌ କମିଟି ସମସ୍ତ ପକ୍ଷଙ୍କ ସହିତ ଆଲୋଚନା କରି ମଠ ସଂସ୍କୃତି କିପରି ବଜାୟ ରହିବ ତାହା ଉପରେ କାର୍ଯ୍ୟ କରିବେ। ୭୫ ମିଟର ମଧ୍ୟରେ ରହିଥିବା ମଠ ସମେତ ପୁରୀର ବିଭିନ୍ନ ମଠର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ମଠ ଠାକୁରଙ୍କ ସେବାପୂଜା, ମହନ୍ତ, ପୂଜାରୀ ଏବଂ ବିଦ୍ୟାର୍ଥୀଙ୍କ ରହିବା ଲାଗି ବ୍ୟବସ୍ଥା କରାଯିବ। ପୁରୀରେ ଅନେକ ମଠ ସମ୍ପୂର୍ଣ୍ଣ ଜରାଜୀର୍ଣ୍ଣ ଅବସ୍ଥାରେ ଅଛି। ସେଗୁଡ଼ିକର ପୁନରୁଦ୍ଧାର କିପରି କରାଯିବ ତାହା ଉପରେ ଫୋକସ୍‌ ରହିବ। ଏହି ସବ୍‌ କମିଟିରେ ଦେବୋତ୍ତର କମିଶନର, ବାବା ସଚ୍ଚିଦାନନ୍ଦ ଦାସ ମହାରାଜ ଓ ରାମଚନ୍ଦ୍ର ଦାସମହାପାତ୍ର ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri