ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୨୦।୧୨: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପୂର୍ବାହ୍ନରେ ଆୟୋଜିତ ହୋଇଥିବା ଏହି ବୈଠକରେ ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ସୁପ୍ରିମକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ସେ ସମ୍ପର୍କରେ ମୁଖ୍ୟତଃ ତର୍ଜମା କରାଯାଉଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ଯ୍ୟକାରୀ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶଙ୍କ ସମେତ ପରିଚାଳନା କମିଟିର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।
ଗତ ନଭେମ୍ବର ୪ତାରିଖରେ ସଂସ୍କାର ମାମଲାରେ ଶୁଣାଣି କରି ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ରାୟରେ ୨୨ଟି ନିର୍ଦ୍ଦେଶନାମା କାର୍ଯ୍ୟକାରୀ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେଉଁଥିରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଶ୍ରୀମନ୍ଦିର ପାଇଁ ସ୍ଥାୟୀ ପ୍ରଶାସକ ନିଯୁକ୍ତି, ମହାପ୍ରଭୁଙ୍କ ସମ୍ପତ୍ତିର ହିସାବ, ଶ୍ରୀମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି, ଭକ୍ତଙ୍କ ରହଣି ଆଦି ବ୍ୟବସ୍ଥା କରିବାକୁ କହିଥିଲେ। ଆସନ୍ତା ଜାନୁୟାରୀ ୮ ତାରିଖରେ ପରବର୍ତ୍ତୀ ଶୁଣାଣି ରହିଥିବାବେଳେ ଏହା ପୂର୍ବରୁ ୨୨ଟି ନିର୍ଦ୍ଦେଶ ସଂକ୍ରାନ୍ତରେ ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ତେଣୁ ଏହା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏତଦ୍‌ବ୍ୟତୀତ ସୂର୍ଯ୍ୟୋପରାଗ, ନୂଆବର୍ଷ, ମକର ସଂକ୍ରାନ୍ତିର ସ୍ବତନ୍ତ୍ର ନୀତି ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇ ଚୂଡ଼ାନ୍ତ ହେବ।

https://www.facebook.com/DharitriNews/videos/472854330030872/


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri