ଶ୍ରୀମନ୍ଦିର ଭିତରେ ଟିକ୍‌ଟକ୍‌

ପୁରୀ ଅଫିସ,୨୯ା୧୦: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। କେତେ ବେଳେ ଭକ୍ତ ସେଲ୍‌ଫି ନେଇ ପୋଷ୍ଟ କରୁଛନ୍ତି ତ ଆଉ କେବେ ଶ୍ରୀମନ୍ଦିର କର୍ମଚାରୀ, ପୋଲିସ ଓ ସେବାୟତ ମଧ୍ୟ ଏଥିରୁ ବାଦ୍‌ ପଡୁନାହାନ୍ତି। ସୋମବାର ପୁଣି ଭାଇରାଲ ହୋଇଛି ଶ୍ରୀମନ୍ଦିର ଭିତର ବେଢାର ଭିଡିଓ। ଏଥର ଶ୍ରୀମନ୍ଦିର ଭିତରେ ଟିକ୍‌ଟକ୍‌ର ଭିଡିଓ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଇ କେହି ଏଭଳି ଭିଡିଓ କରିଛନ୍ତି। ଏଥିରେ ଭିତର ବେଢା, ଭୋଗମଣ୍ଡପ ସହ ଆନନ୍ଦବଜାରରେ ମହାପ୍ରସାଦ ସେବନ କରାଯାଉଥିବା ଦୃଶ୍ୟ ରହିଛି। ଏହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଇଆସୁଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଟକଣା ରହିଛି। ଏହାସତ୍ତ୍ବେ ମୋବାଇଲ ଯାଉଛି କେମିତି? ଚାରିଦ୍ୱାରରେ ପୋଲିସ ମୋବାଇଲ ଫୋନ ଯାଞ୍ଚ କରୁଥିବାବେଳେ ଏଭଳି ଭିଡିିଓ ହେଲା କିପରି? ଏମିତି ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। ସୋମବାର ଭାଇରାଲ ହୋଇଥିବା ଟିକ୍‌ଟକ୍‌ ଭିଡିଓରେ ଭିତର ବେଢାରେ ଭକ୍ତମାନେ ଚଳପ୍ରଚଳ କରୁଥିବା, ଭୋଗ ବୁହାଯାଉଥିବା ଏବଂ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରୁଥିବାର ଦୃଶ୍ୟ ରହିଛି। ଏଭଳି ଘଟଣା ବାରମ୍ବାର ଘଟୁଛି। କିଛିଦିନ ତଳେ ଜଣେ ଅଭିନେତ୍ରୀ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ପୋଲିସ ବଡ଼ଶଙ୍ଖର ଜଣେ ଯୁବକଙ୍କୁ ଗିରଫ କରିଥିଲା।
ଏ ନେଇ ପୁରୀ ଜିଲା ଯୁବ ଅଧିବକ୍ତା ସଂଘ ଆବାହକ ଅନିଲ କୁମାର ସାହୁ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି। ଏଭଳି ଘଟଣା ଶ୍ରୀମନ୍ଦିର ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେଣୁ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ସେ ଅନୁରୋଧ କରିଛନ୍ତି। ସେହିପରି ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର ମଧ୍ୟ ଏଭଳି ଭାଇରାଲକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଏ ଦିଗରେ ସେବାୟତମାନେ ସଚେତନ ଅଛନ୍ତି। ମାତ୍ର ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀମାନଙ୍କୁ ଅଧିକ ସତର୍କ ହେବାକୁ ପଡ଼ିିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, ଟିକ୍‌ଟକ୍‌ ଭିଡିଓ ଯେଉଁ ଆକାଉଣ୍ଟରୁ ଭାଇରାଲ ହୋଇଛି ତାହାକୁ ଠାବ କରିବା ଲାଗି ତଦନ୍ତ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିକୋଣରୁ ନିଶ୍ଚିତ ଏହା ଏକ ଗମ୍ଭୀରତାର ବିଷୟ। ଲଗାତର ଏମିତି ୨/୩ଟି ଘଟଣା ହେଲାଣି। ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନ ହେବ ସେ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri