ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ

ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର ପୁଣି ଭାଇରାଲ ହୋଇଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ଏଥିରେ ବାନା ବନ୍ଧାଯିବାର ଫଟୋ ଓ ଭିଡିଓ ରହିଛି। ଦୁଇମାସ ମଧ୍ୟରେ ଏଭଳି ତୃତୀୟ ଘଟଣାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଇଆସୁଛି। ବିଗତ କିଛିବର୍ଷ ହେଲା ଏନ୍‌ଏସ୍‌ଜି ମଧ୍ୟ ଆସି ମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଟକଣା ରହିଛି। ଏଥିପାଇଁ ଡାକବାଜି ଯନ୍ତ୍ର ଯୋଗେ ଭକ୍ତଙ୍କୁ ସଚେତନ କରାଯିବା ସହ ଚାରିଦ୍ୱାରରେ ସୂଚନାଫଳକ ଲଗାଯାଇଛି। ପ୍ରବେଶ ପଥରେ ପୋଲିସ ମୋବାଇଲ ଫୋନ ଯାଞ୍ଚ କରି ଭକ୍ତଙ୍କୁ ଭିତରକୁ ଛାଡୁଛି। ଏହାସତ୍ତ୍ବେ ଭିତରକୁ ମୋବାଇଲ ଯାଉଛି କିପରି ତାହାକୁ ନେଇ ଉଠିଛି ପ୍ରଶ୍ନବାଚୀ। ରବିବାର ଯେଉଁ ଭିଡିଓ ଓ ଫଟୋ ଭାଇରାଲ ହୋଇଛି ତାହା ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ବାସ୍ତବତାକୁ ପଦାରେ ପକାଇ ଦେଇଛି। ଉତ୍ତରପ୍ରଦେଶ ବାରବାଙ୍କୀ ଅଞ୍ଚଳର ନିଧି ଶୁକ୍ଳା ନାମ୍ନୀ ଜଣେ ଯୁବତୀଙ୍କ ଫେସ୍‌ବୁକ ଆକାଉଣ୍ଟରେ ଶ୍ରୀମନ୍ଦିର ଭିତରୁ ବାନା ବନ୍ଧାଯିବାର ଭିଡିିଓ ଓ ଫଟୋ ଅପ୍‌ଲୋଡ ହୋଇଛି।
ଏଠାରେ ପ୍ରଶ୍ନ ଉଠୁଛି ମନ୍ଦିର ଭିତରକୁ ସେ ମୋବାଇଲ ଫୋନ ନେଲେ କିପରି? ଶ୍ରୀମନ୍ଦିରର ଚାରିଦ୍ୱାରରେ ମାଳ ମାଳ ପୋଲିସ ଥାଇ ମଧ୍ୟ କିପରି ଜାଣିପାରୁନାହାନ୍ତି? ଏମିତି ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ଗେହ୍ଲି ସାହୁ କହିଛନ୍ତି, ଆମ ନଜରକୁ ଏହା ଆସିନାହିଁ। ଶ୍ରୀମନ୍ଦିର ପ୍ରଶାସନ ଯଦି ଏ ସମ୍ପର୍କରେ ଅବଗତ କରାନ୍ତି ନଚେତ ପୋଲିସ ମଧ୍ୟ ନିଜ ଆଡୁ ପଦକ୍ଷେପ ନେବ ବୋଲି କହିଛନ୍ତି।
ସୂଚନାଥାଉ କି, ଗତବର୍ଷ ଡିସେମ୍ବର ୨୧ରେ ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିର ଭିଡିିଓ ଓ ଫଟୋ ଭାଇରାଲ ହୋଇଥିଲା। ପଶ୍ଚିମବଙ୍ଗ ବର୍ଦ୍ଧମାନ ଅଞ୍ଚଳର ସୋମ୍‌ ମୋଡାକଙ୍କ ଫେସ୍‌ବୁକ ଆକାଉଣ୍ଟରେ ଏହା ଅପ୍‌ଲୋଡ ହୋଇଥିଲା। ସେହିପରି ଗତବର୍ଷ ନଭେମ୍ବରରେ ଜଣେ ନାବାଳିକା ଶ୍ରୀମନ୍ଦିର ଭିତରେ ଟିକ୍‌ଟିକ୍‌ ଭିଡିିଓ ଶୁଟିଂ କରି ଏହାକୁ ଭାଇରାଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri