ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ପୁଣି ୫ ପରିବାର ଜମି ହସ୍ତାନ୍ତର କଲେ

ପୁରୀ ଅଫିସ,୨୭ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଜାରି ରହିଛି। ଗତ ୨୧ ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକିଥିବାବେଳେ ୨୨ତାରିଖରେ ୬ ପରିବାର ଏଥିରେ ସାମିଲ ହୋଇଥିଲେ। ଶୁକ୍ରବାର ପୁଣି ୫ ପରିବାର ପ୍ରଶାସନ ସହ ଜମି ବିକ୍ରି କବଲା (ସେଲ୍‌ ଡିଡ୍‌) କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ପରିବାରକୁ ସେମାନଙ୍କ ଜମି ଓ କୋଠା ମୂଲ୍ୟ ବାଦ୍‌ କେବଳ ପୁନର୍ବାସ ଓ ଥଇଥାନ ସହାୟତା ବାବଦରେ ୧୮କୋଟି ୫୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଶତକଡ଼ା ୧୦ ପ୍ରତିଶତ ଅଧିକ ସହ ଏହି ଟଙ୍କା ବିସ୍ଥାପିତ ହେବାକୁ ଥିବା ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

ସୂଚନା ମୁତାବକ, ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଏହି ସେଲ୍‌ ଡିଡ୍‌ କରାଯାଇଛି। ବାସେଳିସାହି ଓ ମଣିକର୍ନିକା ସାହିର ୫ ପରିବାର ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବେଚ୍ଛାକୃତ ଭାବେ ସରକାରଙ୍କୁ ଜମି ହସ୍ତାନ୍ତର କରିଛନ୍ତି। ସମ୍ପୃକ୍ତ ପରିବାର ଗୁଡ଼ିକର ଜମି ଓ କୋଠା ମୂଲ୍ୟ ବାବଦରେ କେତେ ଟଙ୍କା କ୍ଷତିପୂରଣ ପାଇଛନ୍ତି ତାହା ଜଣାପଡ଼ି ନ ଥିବାବେଳେ କେବଳ ପୁନର୍ବାସ ଓ ଥଇଥାନ ଯୋଜନାରେ ଏକକାଳୀନ ସହାୟତା ରାଶି ୩୦ ଲକ୍ଷ ଲେଖାଏ ମୋଟ ୧୮କୋଟି ୫୧ଲକ୍ଷ ଟଙ୍କା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୬ ପରିବାର ସିଧାସଳଖ ଜମି ବିକ୍ରି କରି କ୍ଷତିପୂରଣ ସହାୟତା ପାଇଛନ୍ତି। ଆହୁରି ୬୫ ପରିବାର ସହମତିରେ ପ୍ରଶାସନକୁ ଜମି ଦେବାକୁ କରିଥିବା ଆବେଦନର କାଗଜପତ୍ର ଯାଞ୍ଚ ଚାଲିଛି ବୋଲି ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri