ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି। ଗତ ସୋମବାର ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଚେୟାର, ଟେବୁଲ୍‌ ଆଦି ଆସବାବପତ୍ର ଖାଲି କରାଯାଇଥିଲା। ଆଜି ସକାଳେ ରହିଯାଇଥିବା ଅନ୍ୟାନ୍ୟ ଆସବାବପତ୍ର କଢ଼ାଯାଇ ଉଚ୍ଛେଦ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ଫୋର୍ସ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ପର୍ଯ୍ୟାୟକ୍ରମେ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ରହିଥିବା ନିର୍ମାଣକୁ ଉଚ୍ଛେଦ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭।୪: ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ୍‌...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri