ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭକ୍ତ ଦେଖିପାରିବେ ସବୁଜ ବଳୟ

ପୁରୀ ଅଫିସ, ୧୯।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ର ଚିତ୍ର ବଦଳିବ। ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ଉଚ୍ଛେଦ ଅଭିଯାନ ଜାରି ରହିଥିବାବେଳେ କେତେକ କାମ ମଧ୍ୟ ଚାଲିଛି। ନୂତନ ବ୍ୟାରିକେଡ ନିର୍ମାଣ ସହ ଭକ୍ତଙ୍କ ପାଇଁ ସ୍ଥାୟୀ ଜୋତା ଓ ମୋବାଇଲ ଷ୍ଟାଣ୍ଡ ବ୍ୟବସ୍ଥା କରାଯାଉଛି। ସେହିପରି ସୁରକ୍ଷା ଜୋନ୍‌ରେ ପାଦ ଦେବା ପରେ ଭକ୍ତମାନେ ପବିତ୍ର ଜଗନ୍ନାଥ ଧାମକୁ ଆସିଛନ୍ତି ବୋଲି ଯେପରି ଅନୁଭବ କରିବେ ସେଥିପାଇଁ ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ ହୋଇଛି। ସୁରକ୍ଷା ଜୋନ୍‌ରେ ବି ଭକ୍ତମାନେ ସବୁଜ ବଳୟ ଦେଖିପାରିବେ। ଏଥିଲାଗି ପ୍ରାୟ ଦେଢ ହଜାର ଗଛ ଅଣାଯାଇଛି। ଏହାକୁ ବିଭିନ୍ନ ସ୍ଥାନରେ ସଜାଇ ରଖାଯାଉଛି। ବୁଧବାର ସନ୍ଧ୍ୟାରେ ସିଂହଦ୍ୱାରରେ ନୂଆକରି ନିର୍ମାଣ କରାଯାଉଥିବା ବ୍ୟାରିକେଡ କଡରେ ଏହି ଗଛଗୁଡ଼ିକୁ ସାଇଜ୍‌ କରି ରଖାଯାଇଥିବା ଦେଖିବାକୁ ମିଳିଛି।
ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କ ଲାଗି ସମସ୍ତ ପ୍ରକାର ସୁବିଧା ସୁଯୋଗ କରାଯିବ। ଦୂରାଦୂରାନ୍ତରୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ତିକ୍ତ ଅନୁଭୂତି ନ ସାଉଣ୍ଟିବେ ତାହା ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ବି ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ତାଗିଦ୍‌ କରିଛନ୍ତି । ଭକ୍ତଙ୍କ ପାଇଁ ସବୁ ପ୍ରକାର ସୁବିଧା କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କାମ ଆରମ୍ଭ ହୋଇଯାଇଛି। ସ୍ଥାୟୀ ଜୋତାଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ଟଏଲେଟ୍‌, ପାନୀୟଜଳ ବ୍ୟବସ୍ଥା ସାଙ୍ଗକୁ ବ୍ୟାରିକେଡରେ କିପରି ଶୃଙ୍ଖଳିତ ଭାବେ ଯାଇ ଦର୍ଶନ କରିବେ ତା’ର ବି ବ୍ୟବସ୍ଥା କରାଯାଉଛି । ବର୍ତ୍ତମାନ ଯେଉଁ ଅସ୍ଥାୟୀ ବ୍ୟାରିକେଡ ରହିଛି ତାହାକୁ ଆହୁରି ପୂର୍ବ ପାର୍ଶ୍ୱକୁ ଘୁଞ୍ଚାଇ ଦିଆଯାଇ ନୂତନ ବ୍ୟାରିକେଡ କାମ ଚାଲିଛି। ଅଳ୍ପଦିନ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହୋଇଯିବ। ନୂଆବର୍ଷରେ ଭକ୍ତମାନେ ନୂଆ ଅନୁଭୂତି ପାଇବେ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri