ଶ୍ରୀମୁଖରେ ଝଲସିଲା ରତ୍ନ ଚିତା

ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠିଛି ରତ୍ନଚିତା। ଶ୍ରୀମନ୍ଦିରରେ ସକାଳଧୂପ ଓ ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ପୁଷ୍ପାଳକ ସେବକ ତିନିବାଡ଼ରେ ମଇଲମ କରିଥିଲେ। ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀଙ୍କୁ ହାତରେ ନେଇ ଖଟଶେଯ ଘରେ ବିଜେ କରାଯାଇଥିଲା। ଏହାପରେ ଦଇତାପତି ସେବକମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ରତ୍ନସିଂହାସନକୁ ଯାଇ ପ୍ରଥମେ ବଡ଼ଠାକୁର ଶ୍ରୀବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ। ଶୁଦ୍ଧ ସୁଆରଙ୍କ ଘରୁ ଆସିଥିବା ଓଷ ଏବଂ ପାଟରା ସେବକଙ୍କଠାରୁ ଆସିଥିବା ପାଟଡୋର ଦ୍ୱାରା ତିନିଠାକୁରଙ୍କ ଶ୍ରୀମୁଖରେ ଏହି ଚିତା ଲାଗି କରାଯାଇଥିଲା। ଶ୍ରୀଜଗନ୍ନାଥ ମହାପ୍ରଭୁ ହୀରା ଖଚିତ ସୁବର୍ଣ୍ଣ ଚିତା, ବଡଠାକୁର ନୀଳା ଖଚିତ ସୁବର୍ଣ୍ଣ ଚିତା ଏବଂ ଦେବୀ ସୁଭଦ୍ରା ମାଣିକ୍ୟ ଖଚିତ ସୁବର୍ଣ୍ଣ ଚିତା ଧାରଣ କରିଥିଲେ।
ଚିତା ଲାଗି ସମ୍ପନ୍ନ ପରେ ପୂଜାପଣ୍ଡା ସାମନ୍ତ ତିନିବାଡ଼ରେ ମହାସ୍ନାନ କରିଥିଲେ। ପରେ ଖଟଶେଯ ଘରେ ଥିବା ଶ୍ରୀଦେବୀ, ଭୂଦେବୀଙ୍କୁ ରତ୍ନସିଂହାସନକୁ ବିଜେ କରାଯାଇଥିଲା। ମାଳଫୁଲ ଲାଗି ବେଶ ବଢିବା ପରେ ମହାପ୍ରଭୁଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲା। ମଧ୍ୟାହ୍ନ ଧୂପ ବଢି ପାଣି ପଡ଼ିଲା ପରେ ପୂଜାପଣ୍ଡା, ମୁଦିରସ୍ତ ଏବଂ ପତିମହାପାତ୍ର ତିନି ବାଡ଼ରେ ବନ୍ଦାପନା କରିଥିଲେ। ଏହାପରେ ଶ୍ରୀମନ୍ଦିର ଅନ୍ୟାନ୍ୟ ନୀତି ବଢିଥିଲା। ଠାକୁରଙ୍କୁ ସକାଳ ଧୂପରେ ଚିତଉ ପିଠା ଲାଗି କରାଯାଇଥିଲା। ସୂଚନାଯୋଗ୍ୟ, ସ୍ନାନପୂର୍ଣ୍ଣିମା ଦିନ ଅଣସର ଘରେ ଠାକୁରମାନଙ୍କ ଶ୍ରୀମସ୍ତକରୁ ଚିତାମାନ ଓଲାଗି କରାଯାଇ ଭଣ୍ଡାର ଘରେ ରହିଥାଏ। ଶ୍ରୀଗୁଣ୍ଡିଚାରେ ତିନିଠାକୁର ରଥରେ ସୋଲ ନିର୍ମିତ ଚିତା ଧାରଣ କରିଥାନ୍ତି। ଚିତାଲାଗି ଅମାବାସ୍ୟାରେ ଠାକୁରମାନେ ସୋଲ ଚିତା ଓଲାଗି ହୋଇ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri