ଶ୍ରୀମୁଖରେ ଝଲସିଲା ରତ୍ନ ଚିତା

ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠିଛି ରତ୍ନଚିତା। ଶ୍ରୀମନ୍ଦିରରେ ସକାଳଧୂପ ଓ ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ପୁଷ୍ପାଳକ ସେବକ ତିନିବାଡ଼ରେ ମଇଲମ କରିଥିଲେ। ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀଙ୍କୁ ହାତରେ ନେଇ ଖଟଶେଯ ଘରେ ବିଜେ କରାଯାଇଥିଲା। ଏହାପରେ ଦଇତାପତି ସେବକମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ରତ୍ନସିଂହାସନକୁ ଯାଇ ପ୍ରଥମେ ବଡ଼ଠାକୁର ଶ୍ରୀବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ। ଶୁଦ୍ଧ ସୁଆରଙ୍କ ଘରୁ ଆସିଥିବା ଓଷ ଏବଂ ପାଟରା ସେବକଙ୍କଠାରୁ ଆସିଥିବା ପାଟଡୋର ଦ୍ୱାରା ତିନିଠାକୁରଙ୍କ ଶ୍ରୀମୁଖରେ ଏହି ଚିତା ଲାଗି କରାଯାଇଥିଲା। ଶ୍ରୀଜଗନ୍ନାଥ ମହାପ୍ରଭୁ ହୀରା ଖଚିତ ସୁବର୍ଣ୍ଣ ଚିତା, ବଡଠାକୁର ନୀଳା ଖଚିତ ସୁବର୍ଣ୍ଣ ଚିତା ଏବଂ ଦେବୀ ସୁଭଦ୍ରା ମାଣିକ୍ୟ ଖଚିତ ସୁବର୍ଣ୍ଣ ଚିତା ଧାରଣ କରିଥିଲେ।
ଚିତା ଲାଗି ସମ୍ପନ୍ନ ପରେ ପୂଜାପଣ୍ଡା ସାମନ୍ତ ତିନିବାଡ଼ରେ ମହାସ୍ନାନ କରିଥିଲେ। ପରେ ଖଟଶେଯ ଘରେ ଥିବା ଶ୍ରୀଦେବୀ, ଭୂଦେବୀଙ୍କୁ ରତ୍ନସିଂହାସନକୁ ବିଜେ କରାଯାଇଥିଲା। ମାଳଫୁଲ ଲାଗି ବେଶ ବଢିବା ପରେ ମହାପ୍ରଭୁଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲା। ମଧ୍ୟାହ୍ନ ଧୂପ ବଢି ପାଣି ପଡ଼ିଲା ପରେ ପୂଜାପଣ୍ଡା, ମୁଦିରସ୍ତ ଏବଂ ପତିମହାପାତ୍ର ତିନି ବାଡ଼ରେ ବନ୍ଦାପନା କରିଥିଲେ। ଏହାପରେ ଶ୍ରୀମନ୍ଦିର ଅନ୍ୟାନ୍ୟ ନୀତି ବଢିଥିଲା। ଠାକୁରଙ୍କୁ ସକାଳ ଧୂପରେ ଚିତଉ ପିଠା ଲାଗି କରାଯାଇଥିଲା। ସୂଚନାଯୋଗ୍ୟ, ସ୍ନାନପୂର୍ଣ୍ଣିମା ଦିନ ଅଣସର ଘରେ ଠାକୁରମାନଙ୍କ ଶ୍ରୀମସ୍ତକରୁ ଚିତାମାନ ଓଲାଗି କରାଯାଇ ଭଣ୍ଡାର ଘରେ ରହିଥାଏ। ଶ୍ରୀଗୁଣ୍ଡିଚାରେ ତିନିଠାକୁର ରଥରେ ସୋଲ ନିର୍ମିତ ଚିତା ଧାରଣ କରିଥାନ୍ତି। ଚିତାଲାଗି ଅମାବାସ୍ୟାରେ ଠାକୁରମାନେ ସୋଲ ଚିତା ଓଲାଗି ହୋଇ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri