ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ ପରି ଏଥର ମାତୃଭୂମି ପାଇଁ ଗଣଦୌଡ଼ ଆସନ୍ତା ୧୫ ତାରିଖରେ କାର୍ଯ୍ୟକ୍ରମ ରହିଛି। ରବିବାର ସକାଳ ୬ଟା ୩୦ ମିନିଟରେ ସହରର ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ମା’ ତାରିଣୀ ମନ୍ଦିରରୁ ଗଣଦୌଡ଼ ବାହାରି ବାଇପାସ୍‌ସ୍ଥିତ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇ ଶେଷ ହେବ। ମାତୃଭୂମିର ସେବା, ସୁରକ୍ଷା ଓ ଅଖଣ୍ଡତାର ରକ୍ଷା ଲାଗି ସଂକଳ୍ପ ନେଇ ଗଣଦୌଡ଼ ଆୟୋଜନ କରାଯାଉଛି। ନୂଆବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଶ୍ରୀରାମନବମୀ ମହାଯଜ୍ଞ ସମିତିର ସମ୍ପାଦକ ଶରତ ପଢିଆରୀ, ସଂଯୋଜକ ଗୋବିନ୍ଦ ରାଉତ, ବରିଷ୍ଠ ଉପଦେଷ୍ଟା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ଅନ୍ୟତମ ଉପଦେଷ୍ଟା ଅଭିମନ୍ୟୁ ସେଠୀ, ବଦ୍ରି ଧଳ, ଗଣଦୌଡ଼ର ମୁଖ୍ୟ ସଂଯୋଜକ ଆଇନଜୀବୀ ତୁଷାର ଦାସ ପ୍ରମୁଖ ସମସ୍ତ ଯୁବ ନେତୃତ୍ୱଙ୍କୁ ଗଣଦୌଡ଼ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାପୁଲା ମହାପାତ୍ର, ଟୁକୁନା ସ୍ବାଇଁ, ଶିବଶଙ୍କର ଦାସ, ହେମନ୍ତ ମହାପାତ୍ର, ଦେବାଂଶୁ ରାଉତ, ବିକାଶ ଶ୍ରେଷ୍ଠା, ଚନ୍ଦନ ଦାସ, ଜ୍ୟୋତିରଞ୍ଜନ ସାହୁ, ଦେବାଶିଷ ଜେନା, ସୂର୍ଯ୍ୟବଂଶୀ ସୁରଜ, ସରୋଜ ରାଉତ, ପୁନିଲ ସାମନ୍ତ, ରଶ୍ମିରଞ୍ଜନ ସାହୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। ସମିତିର ଗଣମାଧ୍ୟମ ସଂଯୋଜକ ସ୍ବାଧୀନ ସୁନ୍ଦର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri