ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ

କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି। ଶେଷ ସୂଚନା ସୁଦ୍ଧା ବିସ୍ଫୋରଣ ମୃତ୍ୟୁସଂଖ୍ୟା ୩୫୯ରେ ପହଞ୍ଚିଥିବାବେଳେ ଆତ୍ମଘାତୀମାନେ ସ୍ଥାନୀୟ ଇସ୍‌ଲାମିକ କଠୋରପନ୍ଥୀ ଗୋଷ୍ଠୀର ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ ବୁଧବାର ସ୍ପଷ୍ଟ କରିଛନ୍ତି।
ବିସ୍ଫୋରଣ ଲାଗି ଶ୍ରୀଲଙ୍କା ସରକାର ନ୍ୟାଶନାଲ ଥୋଓ୍ବିଦ ଜମାତ(ଏନ୍‌ଟିଜେ)କୁ ଦାୟୀ କରିଥିଲାବେଳେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ନିଜକୁ ଦାୟୀ କରିସାରିଛି। ବିସ୍ଫୋରଣକାରୀଙ୍କ ବିଦେଶୀ ଲିଙ୍କ୍‌ ନେଇ ଏପର୍ଯ୍ୟନ୍ତ କୌଣସି ତଥ୍ୟ ହସ୍ତଗତ ହୋଇ ନ ଥିବା ଶ୍ରୀଲଙ୍କା ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ରୁଓ୍ବାନ ଓ୍ବିଜଓ୍ବେର୍ଦ୍ଦନା ପ୍ରକାଶ କରିଛନ୍ତି। ୯ ଆତ୍ମଘାତୀଙ୍କ ମଧ୍ୟରୁ ୮ ଜଣଙ୍କୁ ସିଆଇଡି ପକ୍ଷରୁ ଚିହ୍ନଟ କରାଯାଇିଛି ବୋଲି ପୋଲିସ ମୁଖପାତ୍ର ରୁଓ୍ବାନ ଗୁଣଶେଖର କହିଛନ୍ତି। ଆତ୍ମଘାତୀମାନେ ଉଚ୍ଚଶିକ୍ଷିତ ଓ ୟୁକେରେ ପାଠ ପଢିଥିବା ଓ୍ବିଜଓ୍ବେର୍ଦ୍ଦନା କହିଛନ୍ତି।
ଶ୍ରୀଲଙ୍କା ବିସ୍ଫୋରଣରେ ନିହତ ମୋଟ ୩୫୯ ଜଣଙ୍କ ମଧ୍ୟରେ ୧୦ ଜଣ ଭାରତୀୟ ଥିଲାବେଳେ ସେମାନଙ୍କ ମଧ୍ୟରୁ ବୁଧବାର ୯ ଜଣଙ୍କ ମରଶରୀର ସ୍ବଦେଶ ଫେରିଛି। ଭାରତୀୟ ହାଇକମିଶନଙ୍କ ପକ୍ଷରୁ ସେମାନଙ୍କ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି। ସେମାନେ ହେଲେ ଏସ.ଆର. ନାଗରାଜ, ଏଚ. ଶିବକୁମାର, କେ.ଜି. ହନୁମନ୍ଥରାୟାପ୍ପା, କେ.ଏମ. ଲକ୍ଷ୍ମୀନାରାୟଣ, ଏମ.ରଙ୍ଗପ୍ପା, ,ଭି. ତୁଳସୀରାମ, ଏମ. ମରେଗୌଡା, ଏଚ.ପୁଟ୍ଟାରାଜୁ ଓ ଆର.ଲକ୍ଷ୍ମଣ ଗୌଡା। ସେମାନଙ୍କ ମରଶରୀରକୁ ୪ଟି ଅଲଗା ଅଲଗା ବିମାନରେ ବେଙ୍ଗାଲୁରୁ ଓ ହାଇଦ୍ରାବାଦ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri