Posted inଖେଳ

ଶ୍ରୀଲଙ୍କା ସ୍ପିନର ଦନଞ୍ଜୟ ବାସନ୍ଦ

ଦୁବାଇ, ୨୦।୯(ପି.ଟି.)- ନିୟମ ବହିର୍ଭୁତ ବୋଲିଂ ଆକ୍ସନ ପାଇଁ ଶ୍ରୀଲଙ୍କା ଅଫ୍‌ ସ୍ପିନର ଆକିଲା ଦନଞ୍ଜୟଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୨ ମାସ ବାସନ୍ଦ କରିଛି। ତାଙ୍କ ବୋଲିଂ ଆକ୍ସନକୁ ଅନୁଧ୍ୟାନ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୧୪ରୁ ୧୮ ପର୍ଯ୍ୟନ୍ତ ଗାଲେଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ତାଙ୍କ ବୋଲିଂ ଆକ୍ସନର ବୈଧତାକୁ ନେଇ ପ୍ରଶ୍ନ ଉଠିଥିଲା। ଅଗଷ୍ଟ ୨୯ରେ ଚେନ୍ନାଇଠାରେ ବ୍ୟକ୍ତିଗତ ଭାବେ ତାଙ୍କ ବୋଲିଂ ଆକ୍ସନକୁ ଅନୁଧ୍ୟାନ କରାଯାଇଥିଲା। ଏଥିରେ ତାଙ୍କ ବୋଲିଂ ଆକ୍ସନ ଅବୈଧ ଥିବା ଜଣାପଡ଼ିଥିଲା। ଦନଞ୍ଜୟ ପ୍ରକୃତରେ ୨୦୧୮ ଡିସେମ୍ବରରେ ସସ୍‌ପେଣ୍ଡ ହୋଇଥିଲେ। ମାତ୍ର ପରେ ଏଥିରେ ପରିବର୍ତ୍ତନ ଆଣିବା ଲାଗି ପରାମର୍ଶ ଦିଆଯିବା ସହ ୨୦୧୯ ଫେବୃୟାରୀରେ ତାଙ୍କୁ ବୋଲିଂ କରିବାକୁ ଅନୁମତି ଦିଆଯାଇଥିଲା। ‘ଗତ ୨ ବର୍ଷ ମଧ୍ୟରେ ଦନଞ୍ଜୟଙ୍କ ବୋଲିଂ ଆକ୍ସନକୁ ନେଇ ୨ ଥର ରିପୋର୍ଟ ହୋଇଛି। ପ୍ରଥମେ ତାଙ୍କୁ ସାମୟିକ ବାସନ୍ଦ କରାଯାଇଥିବାବେଳେ ଏବେ ସ୍ବାଭାବିକ ଭାବେ ୧୨ ମାସ ପାଇଁ ସସ୍‌ପେଣ୍ଡ ହୋଇଛନ୍ତି“ ବୋଲି ଆଇସିସି ପକ୍ଷରୁ ପ୍ରକାଶ କରାଯାଇଛି। ଏକ ବର୍ଷ ବାସନ୍ଦ ପରେ ଦନଞ୍ଜୟ ତାଙ୍କ ବୋଲିଂ ଆକ୍ସନର ପୁନଃ ସମୀକ୍ଷା ପାଇଁ ଆଇସିସି ନିକଟରେ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri