ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସମନ୍ବୟ ବୈଠକ

ପୁରୁଣା ଭୁବନେଶ୍ୱର, ୮ା୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ପାଳନ ଆସନ୍ତା ୨୧ ତାରିଖରେ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଶୁକ୍ରବାର ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସିତାଂଶୁ ରାଉତ ଅଧ୍ୟକ୍ଷତା କରିଥିଲେ। ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଚାଲୁଥିବା କାର୍ଯ୍ୟକୁ ବିଭାଗ ତଥା ଠିକାଦାରମାନେ ଆସନ୍ତା ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ବିଭିନ୍ନ ବିଭାଗ ଦ୍ୱାରା ସମ୍ପାଦନ ହେବାକୁ ଥିବା କାର୍ଯ୍ୟ ଆସନ୍ତା ୧୬, ୧୭ ତାରିଖ ସୁଦ୍ଧା ସମ୍ପନ୍ନ କରିବାକୁ କୁହାଯାଇଛି। ଖରାକୁ ଲକ୍ଷ୍ୟ ରଖି ଶ୍ରଦ୍ଧାଳୁମାନଙ୍କୁ କପଡା ଛାମୁଣ୍ଡିଆ, ଆଲୋକୀକରଣ, ଏକ ଅସ୍ଥାୟୀ ଜୋତା ଷ୍ଟାଣ୍ଡ ନିର୍ମାଣ ପାଇଁ ସ୍ଥିର ହୋଇଥିଲା। ବଡୁ ନିଯୋଗ ଶ୍ରାବଣୀ ପ୍ରାପ୍ୟ ପାଇଁ ବୈଠକରେ ମତ ରଖିଥିଲା। ଏହିକ୍ରମରେ ଅନ୍ୟ ନିଯୋଗ ତଥା ସେବାୟତଙ୍କ ଆପତ୍ତି ଅଭିଯୋଗଗୁଡିକୁ ସ୍ବତନ୍ତ୍ର କମିଟିରେ ଆଲୋଚନା କରାଯାଇ ନିର୍ଯାସ ବାହାର କରାଯିବ ବୋଲି ଆଲୋଚନା ହୋଇଥିଲା। ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥିରୀକୃତ ମହାଶିବରାତ୍ରି ସମୟ ସାରଣୀ ବୈଠକରେ ସମସ୍ତ ନିଯୋଗ, ସେବାୟତଙ୍କ ସହମତିକ୍ରମେ ମୋହର ଲାଗିଛି। ତଦନୁଯାୟୀ, ପ୍ରାତଃ ୩ଟାରୁ ସାଢେ ୩ଟା ମଧ୍ୟରେ ମଙ୍ଗଳ ଆଳତି ଅବକାଶ ଆରମ୍ଭ ହୋଇ ରାତି ୧୦ଟା ମହାଦୀପ ଦର୍ଶନ ପାଇଁ ସ୍ଥିର ହୋଇଥିଲା। ବୈଠକରେ ଏଡିଏମ୍‌ଙ୍କୁ ନେଇ ଏକ ସବ୍‌କମିଟି ଗଠନ କରାଯାଇ ସମସ୍ତ କାର୍ଯ୍ୟ ତଦାରଖ କରାଯିବ। ଜିଲାପାଳ ରାଉତ, ଏଡିଏମ୍‌ ପ୍ରଫୁଲ୍ଲ କୁମାର ସ୍ବାଇଁ, ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ପ୍ରଦୀପ କୁମାର ସାହୁ, ସବ୍‌ କଲେକ୍ଟର ଦେବବ୍ରତ ସାହୁ, ବିଏମ୍‌ସିର ଅବନୀକାନ୍ତ ପଟ୍ଟନାୟକ, ନୂଆ ଟ୍ରଷ୍ଟ ବୋର୍ଡର ଟ୍ରଷ୍ଟି, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ, ବିଭାଗୀୟ ଅଧିକାରୀ, ସମସ୍ତ ପ୍ରମୁଖ ନିଯୋଗର ସଭାପତି, ସମ୍ପାଦକ, ବିଏମ୍‌ ହାଇସ୍କୁଲ, ଏକାମ୍ର କଲେଜର ପ୍ରତିନିଧିମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri