ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସମନ୍ବୟ ବୈଠକ

ପୁରୁଣା ଭୁବନେଶ୍ୱର, ୮ା୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ପାଳନ ଆସନ୍ତା ୨୧ ତାରିଖରେ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଶୁକ୍ରବାର ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସିତାଂଶୁ ରାଉତ ଅଧ୍ୟକ୍ଷତା କରିଥିଲେ। ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଚାଲୁଥିବା କାର୍ଯ୍ୟକୁ ବିଭାଗ ତଥା ଠିକାଦାରମାନେ ଆସନ୍ତା ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ବିଭିନ୍ନ ବିଭାଗ ଦ୍ୱାରା ସମ୍ପାଦନ ହେବାକୁ ଥିବା କାର୍ଯ୍ୟ ଆସନ୍ତା ୧୬, ୧୭ ତାରିଖ ସୁଦ୍ଧା ସମ୍ପନ୍ନ କରିବାକୁ କୁହାଯାଇଛି। ଖରାକୁ ଲକ୍ଷ୍ୟ ରଖି ଶ୍ରଦ୍ଧାଳୁମାନଙ୍କୁ କପଡା ଛାମୁଣ୍ଡିଆ, ଆଲୋକୀକରଣ, ଏକ ଅସ୍ଥାୟୀ ଜୋତା ଷ୍ଟାଣ୍ଡ ନିର୍ମାଣ ପାଇଁ ସ୍ଥିର ହୋଇଥିଲା। ବଡୁ ନିଯୋଗ ଶ୍ରାବଣୀ ପ୍ରାପ୍ୟ ପାଇଁ ବୈଠକରେ ମତ ରଖିଥିଲା। ଏହିକ୍ରମରେ ଅନ୍ୟ ନିଯୋଗ ତଥା ସେବାୟତଙ୍କ ଆପତ୍ତି ଅଭିଯୋଗଗୁଡିକୁ ସ୍ବତନ୍ତ୍ର କମିଟିରେ ଆଲୋଚନା କରାଯାଇ ନିର୍ଯାସ ବାହାର କରାଯିବ ବୋଲି ଆଲୋଚନା ହୋଇଥିଲା। ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥିରୀକୃତ ମହାଶିବରାତ୍ରି ସମୟ ସାରଣୀ ବୈଠକରେ ସମସ୍ତ ନିଯୋଗ, ସେବାୟତଙ୍କ ସହମତିକ୍ରମେ ମୋହର ଲାଗିଛି। ତଦନୁଯାୟୀ, ପ୍ରାତଃ ୩ଟାରୁ ସାଢେ ୩ଟା ମଧ୍ୟରେ ମଙ୍ଗଳ ଆଳତି ଅବକାଶ ଆରମ୍ଭ ହୋଇ ରାତି ୧୦ଟା ମହାଦୀପ ଦର୍ଶନ ପାଇଁ ସ୍ଥିର ହୋଇଥିଲା। ବୈଠକରେ ଏଡିଏମ୍‌ଙ୍କୁ ନେଇ ଏକ ସବ୍‌କମିଟି ଗଠନ କରାଯାଇ ସମସ୍ତ କାର୍ଯ୍ୟ ତଦାରଖ କରାଯିବ। ଜିଲାପାଳ ରାଉତ, ଏଡିଏମ୍‌ ପ୍ରଫୁଲ୍ଲ କୁମାର ସ୍ବାଇଁ, ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ପ୍ରଦୀପ କୁମାର ସାହୁ, ସବ୍‌ କଲେକ୍ଟର ଦେବବ୍ରତ ସାହୁ, ବିଏମ୍‌ସିର ଅବନୀକାନ୍ତ ପଟ୍ଟନାୟକ, ନୂଆ ଟ୍ରଷ୍ଟ ବୋର୍ଡର ଟ୍ରଷ୍ଟି, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ, ବିଭାଗୀୟ ଅଧିକାରୀ, ସମସ୍ତ ପ୍ରମୁଖ ନିଯୋଗର ସଭାପତି, ସମ୍ପାଦକ, ବିଏମ୍‌ ହାଇସ୍କୁଲ, ଏକାମ୍ର କଲେଜର ପ୍ରତିନିଧିମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri