ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ କମିଶନର ଏହି ସୂଚନା ଦେଇଛନ୍ତି। ସ୍ଥିତିବାନ ସମ୍ପତ୍ତି ଯାହାର ରହିଛି, ସେଥିପାଇଁ ଆଇନ ଅନୁଯାୟୀ ବ୍ୟବସ୍ଥା କରାଯିବ। କ୍ଷୁଦ୍ର ବ୍ୟବସାୟୀଙ୍କୁ ବୁଧବାର ସୁଦ୍ଧା ଥଇଥାନର ବ୍ୟବସ୍ଥା କରାଯିବ। ଉଚ୍ଛେଦ ପରବର୍ତ୍ତୀ ସୌନ୍ଦର୍ଯ୍ୟକରଣ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି।

ଅପରପକ୍ଷେ ଉଚ୍ଛେଦ କାର୍ଯ୍ୟକୁ ବିରୋଧ କରାଯିବ ବୋଲି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି କହିଛନ୍ତି। କେବଳ ସେମାନଙ୍କ ସହ ମୌଖିକ ଆଲୋଚନା କରାଯାଇଛି। କୌଣସି ଲିଖିତ ପ୍ରତିଶ୍ରୁତି ଦିଆଯାଇନାହିଁ। ମନ୍ଦିର ସୌନ୍ଦର୍ଯ୍ୟକରଣ ବ୍ଲୁ ପ୍ରିଣ୍ଟ୍‌ ବିଏମ୍‌ସି କମିଶନର ଦେବେ। ୨ରୁ ୩ ଦିନ ମଧ୍ୟରେ ଏହାକୁ ସାର୍ବଜନୀନ କରିବାକୁ କମିଶନର ପ୍ରତିଶ୍ରୁତି ଦେଇଥିବା ବିରଞ୍ଚି କହିଛନ୍ତି।
ସୂଚନାଯୋଗ୍ୟ, କ୍ଷୁଦ୍ର ବ୍ୟବସାୟୀ ଓ ଉଠା ଦୋକାନୀକୁ ପ୍ରଥମେ ଥଇଥାନ କରିବା ସହ ନକ୍ସାକୁ ସର୍ବସାଧାରଣରେ ପ୍ରକାଶ କର ବୋଲି ନାରା ଦେଇ ମଙ୍ଗଳବାର ବିଭିନ୍ନ ରାଜନୈତିକ ଦଳ ଏବଂ ସ୍ଥାନୀୟ ଲୋକେ ଧାରଣାରେ ବସିଥିଲେ। ଫଳରେ ଦ୍ୱିତୀୟ ଦିନରେ ଉଚ୍ଛେଦ ହୋଇପାରି ନ ଥିଲା। ତିବ୍ର ବିରୋଧ ଓ ମେଳିକୁ ଦେଖି ପ୍ରଶାସନ ପକ୍ଷରୁ ଏହାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?