ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ସରିଲା: ବଦଳୁଛି ମନ୍ଦିର ପାରିପାର୍ଶ୍ୱିକ ପରିବେଶ, ଜୋର୍‌ସୋର୍‌ରେ ଚାଲିଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ)- ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ପ୍ରାୟତଃ ସରି ଆସିଛି। ଏପଟେ ଆରମ୍ଭ ହୋଇଯାଇଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ପୁରୁଣା ମାର୍କେଟ କମ୍ପ୍ଲେକ୍ସ ସ୍ଥାନ ଓ ଭଜନ ମଣ୍ଡପ ସ୍ଥାନକୁ ଏକାକାର କରାଯିବାପରେ ମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକରଣକୁ ଆହୁରି ବ୍ୟାପକ କରାଯିବ ବୋଲି ବିଏମ୍‌ସି ଅତିରିକ୍ତ କମିଶନର ଅବନୀ ପଟ୍ଟନାୟକ କହିଛନ୍ତି। ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟ ତଦାରଖବେଳେ ପଟ୍ଟନାୟକ କହିଲେ, ନିର୍ଦ୍ଧାରିତ ସମୟ ପୂର୍ବରୁ ଉଚ୍ଛେଦ କାର୍ଯ୍ୟ ସରୁଛି। ସେହିଭଳି ନିର୍ଦ୍ଧାରିତ ସମୟ ପୂର୍ବରୁ ହିଁ ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ବିଏମ୍‌ସି, ବିଡିଏ ଓ ଆର୍‌ ଆଣ୍ଡ୍‌ ବି ବିଭାଗ ଶତପ୍ରତିଶତ ଉଦ୍ୟମ ଜାରି ରଖିଛନ୍ତି। ତେଣୁ ଖୁବ୍‌ କମ୍‌ ଦିନରେ ବିକାଶ କାର୍ଯ୍ୟ ସରିବ। ଅନ୍ୟପକ୍ଷରେ ମଙ୍ଗଳବାର ଭଜନ ମଣ୍ଡପର ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। ଏକ ଘରୋଇ ଠିକା ସଂସ୍ଥା ଏହାର ଉଚ୍ଛେଦ କାର୍ଯ୍ୟ ସାରିଛି। ଏବେ ନିର୍ମାଣର ଭଗ୍ନାବଶେଷ ଉଠାଯିବ। ବର୍ତ୍ତମାନ ମନ୍ଦିର ପାରିପାର୍ଶ୍ୱିକ ପରିବେଶର ଏକ ଭିନ୍ନ ରୂପରେଖ ଦେଖିବାକୁ ମିଳିଲାନି। ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଏବେ ଦ୍ରୁତ ଗତିରେ ଚାଲିଥିବାବେଳେ ଯେଉଁ ସ୍ଥାନରେ ଗାଡି ପାର୍କିଂ କରାଯାଉଥିଲା, ସେ ସ୍ଥାନରେ ଏବେ ଟାଇଲ ଖଞ୍ଜା ଚାଲିଛି। ଦିନେ ଦୁଇ ଦିନ ମଧ୍ୟରେ ଏହି କାମ ସରିବା ପରେ ଚତୁଃପାର୍ଶ୍ୱରେ ଗଛ ଲଗାଯିବ ଓ ପର୍ଯ୍ୟଟକଙ୍କ ବସିବା ପାଇଁ ବେଞ୍ଚ ଲଗାଯିବ। ଏବେ ପ୍ରାଥମିକ ଭାବେ ପୁରୁଣା ମାର୍କେଟ କମ୍ପ୍ଲେକ୍ସ ସ୍ଥାନରେ ବଡ଼ ବଡ଼ ଗଛ ରଖାଯାଇଥିବାବେଳେ ବେଞ୍ଚ ସ୍ଥାପନ ସରିଛି। ମନ୍ଦିର ସମ୍ମୁଖ ଦେବୀପାଦହରା ପୁଷ୍କରିଣୀ ପାର୍ଶ୍ୱରୁ ସମସ୍ତ ଉଚ୍ଛେଦ ପରେ ଏବେ ପରବର୍ତ୍ତୀ କାର୍ଯ୍ୟ ଜାରି ରହିଛି ବୋଲି ଅତିରିକ୍ତ କମିଶନର ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri