ଶ୍ରୀଲୋକନାଥ ପୀଠ: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଶୈବପୀଠ ଲୋକନାଥ ମନ୍ଦିରରେ ଆସନ୍ତା ୧୯ ତାରିଖ ପଙ୍କୋଦ୍ଧାର ଏକାଦଶୀ ଏବଂ ୨୧ ତାରିଖ ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ଲାଗି ଶନିବାର ସର୍କିଟ ହାଉସ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପଙ୍କୋଦ୍ଧାର ଏକାଦଶୀ ପାଇଁ ପୂର୍ବରାତି ୨ଟାରେ ମନ୍ଦିର ପହୁଡ଼ ଫିଟାଯିବ। ରାତି ୩ଟା ସୁଦ୍ଧା ମଙ୍ଗଳ ଆଳତି ଏବଂ ଅବକାଶ ନୀତି ଶେଷ ହେବ। ଭୋର ୪ଟାରୁ ସକାଳ ୬ଟା ମଧ୍ୟରେ ସକାଳ ଧୂପ ଏବଂ ସକାଳ ୮ଟା ମଧ୍ୟରେ ମଧ୍ୟାହ୍ନ ଧୂପ ସରିବ। ସକାଳ ୮ଟାରୁ ପୂର୍ବାହ୍ନ ୧୧ ପର୍ଯ୍ୟନ୍ତ ପଙ୍କୋଦ୍ଧାର ଓ ମହାସ୍ନାନ ନୀତି ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟାଠାରୁ ପଙ୍କୋଦ୍ଧାର ଏକାଦଶୀ ଦର୍ଶନ ଆରମ୍ଭ ହୋଇ ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ଜାଗର ଯାତ୍ରା ପାଇଁ ୨୦ ତାରିଖ ରାତି ସାଢେ ୧୨ଟାରେ ଦ୍ୱାର ଫିଟି ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବ। ରାତି ୨ଟାଠାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଭକ୍ତଙ୍କ ଦର୍ଶନ ୨୧ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇ ରାତି ୩ଟାରେ ମହାଦୀପ ଉଠିବା ଲାଗି ସ୍ଥିର କରାଯାଇଛି।
ଚଳିତବର୍ଷ ପଙ୍କୋଦ୍ଧାର ଏକାଦଶୀ ପାଇଁ ୨୦୦୦ ଏବଂ ଜାଗର ଯାତ୍ରା ପାଇଁ ୪୦୦୦ ଦର୍ଶନ ଟିକେଟ କରାଯିବ। ଗୋଟିଏ ଟିକେଟ୍‌ର ଦାମ ୧୦୦ ଟଙ୍କା ରହିବ। ଏଥିରୁ ମନ୍ଦିର ୪୫ ଟଙ୍କା ଏବଂ ପାଳିଆ ସେବାୟତ ୫୫ ଟଙ୍କା ପାଇବେ। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଠାକୁରଙ୍କୁ ଦର୍ଶନ କରିପାରିବେ ତାହା ଉପରେ ବିଶେଷ ଆଲୋଚନା ହୋଇଥିଲା। ଦର୍ଶନ ଟିକେଟଧାରୀ ଏବଂ ଭିଆଇପି ବୃଷଭ ଦ୍ୱାର ଦେଇ ଏବଂ ଅନ୍ୟମାନେ ସିଂହଦ୍ୱାର ଲକ୍ଷ୍ମୀ ଦ୍ୱାର ଦେଇ ଠାକୁରଙ୍କୁ ଦର୍ଶନ କରିବେ। କିନ୍ତୁ ସମସ୍ତେ ବଉଳଗଛ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସେହିପରି ଶାନ୍ତିଶୃଙ୍ଖଳା ଏବଂ ଟ୍ରାଫିକ ରକ୍ଷା ଲାଗି ପୋଲିସକୁ ଦାୟିତ୍ୱ ଦିଆଯାଇଛି। ଆଲୋକୀକରଣ, ପାନୀୟଜଳ, ଶୌଚାଳୟ ଆଦି ବ୍ୟବସ୍ଥା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଙ୍କୋଦ୍ଧାର ଏକାଦଶୀ ଏବଂ ଜାଗରଯାତ୍ରା ଦିନ ୨ଟି ଆମ୍ବୁଲାନ୍ସ ରହିବା ସହିତ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦିଆଯିବ। ଗତବର୍ଷ ଭଳି ଏ ବର୍ଷ ମଧ୍ୟ ଜାଗର ପଡ଼ିଆ, ଦୀପ, ଧୂପ ଓ ଫୁଲ ଦୋକାନ, ଚପଲ ଷ୍ଟାଣ୍ଡ, ବଗାୟତ ଟେଣ୍ଡର ଦିଆଯାଇଥିଲା। ଶନିବାର ଟେଣ୍ଡର ଖୋଲାଯାଇ ଏ ସବୁକୁ ନିଲାମ ଦିଆଯାଇଛି। ପାଦ ଧୋଇବା ବେଳେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଘଟେ ସେଥିପାଇଁ ପାର୍ବତୀ ସାଗରରେ ରେଲିଂ ତିଆରି କାମ ମଧ୍ୟ ଆରମ୍ଭ ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲାପାଳ ଭବତାରଣ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀ, ପାଳିଆ ସେବାୟତ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri