ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ଲୋକ ମହୋତ୍ସବ

ବଣାଇ, ୨୭ା୯(ସ୍ବ.ପ୍ର.) : ସ୍ଥାନୀୟ ରାଜା ଧରଣୀଧର ଖେଳ ପଡିଆ ଠାରେ ଶ୍ରୀ ଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ନବମ ଲୋକ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଣାଇ ଉପଖଣ୍ଡର ୪ଟି ବ୍ଲକରୁ ୫ହଜାରରୁ ଊର୍ଦ୍ଧ୍ୱ ବିଭିନ୍ନ କଳାକାର ଯୋଗଦେଇଥିଲେ। ପ୍ରାରମ୍ଭରେ ବାବା ବାଣେଶ୍ୱର ମନ୍ଦିରରୁ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଉତ୍ସବ ସ୍ଥଳରେ ପହଞ୍ଚି ଥିଲା। ଶୋଭାଯାତ୍ରାରେ ସମସ୍ତ କଳାକାର ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ବଣାଇ ଉପଜିଲାପାଳ ପ୍ରଦୀପ ଡାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। କଳାକାରମାନଙ୍କର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ବହୁ ସୁବିଧା କରାଯିବା ସହିତ ପ୍ରଶିକ୍ଷଣ କେନ୍ଦ୍ର ସ୍ଥାପନ କରାଯାଇଛି। ଅସହାୟ କଳାକାରମାନଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ଏହାକୁ ଆହୁରି ବ୍ୟାପକ କରିବା ସହିତ ଯେମିତି ଭାବେ ସମସ୍ତ ଦୁସ୍ଥ କଳାକାର ସରକାରୀ ସହାୟତା ପାଇପାରିବେ ଏବଂ ଗ୍ରାମାଞ୍ଚଳରେ ଥିବା ଭାଗବତ ଟୁଙ୍ଗିର ବିକାଶ ହୋଇପାରିବ ସେଥିପାଇଁ ଚେଷ୍ଟା ଓ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ। ଲୋକ ମହୋତ୍ସବରେ ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ସଭାପତି ଖଗେଶ୍ୱର ବାରିକ ସଭାପତିତ୍ୱ କରିଥିଲେ। ପଦ୍ମଲୋଚନ ଆଚାର୍ଯ୍ୟ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କଳାପରିଷଦର ସମ୍ପାଦକ ହୃଦାନନ୍ଦ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପୁରୀରୁ ଆସିଥିବା ଗଜପତି ଦିବ୍ୟ ସିଂଦେବଙ୍କ ରାଜପୁରୋହିତ ସୂର୍ଯ୍ୟନାରାୟଣ ଦାଶଙ୍କୁ ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦ ପକ୍ଷରୁ ଉପଢୌକନ ଓ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ କୋଷାଧ୍ୟକ୍ଷ ରଜନୀକାନ୍ତ ଦଣ୍ଡିଆ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri