ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ ଓ ମଙ୍ଗଳ ଆଳତି ପରେ ମଇଲମ, ତଡପ ଲାଗି ଓ ଅବକାଶ ବଢିଥିଲା। ଏହା ପରେ ରୋଶ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ, ସକାଳ ଧୂପ, ଭଅଣ୍ଡ ପୂଜା ଧୂପ ଓ ହୋମ ପୂର୍ବ ନିର୍ଘଣ୍ଟ କ୍ରମେ ଅନୁଷ୍ଠିତ ହୋଇଯାଇଛି। ସାଢେ ୧୧ଟାରେ ଅମୃତ ମଣୋହି ହୋଇ ପାଟ ପଟୁଆର ସଂକୀର୍ତ୍ତନ ସହ ଦେବୋତ୍ତର ମ୍ୟାନେଜର ହରିହର ଦାଶ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ମନ୍ଦିରକୁ ଅଙ୍କୁରାରୋପଣ ସାମଗ୍ରୀ ନେଇଯାଇଥିଲେ। ଶ୍ରଦ୍ଧାଳୁ ଦୁଷ୍ମନ୍ତ କୁମାର ସ୍ବାଇଁ ମା’ଙ୍କୁ ପ୍ରଥମ ଭେଟି ପ୍ରଦାନ ପରେ ମା’ଙ୍କୁ ପୂଜାର୍ଚ୍ଚନା କରି ଶ୍ରୀ ଜୀଉଙ୍କ ନିକଟକୁ ନିମନ୍ତ୍ରଣ କରି ଆଣିଥିଲେ। ମା’ଲକ୍ଷ୍ମୀ ବିଜେ ହେବା ପରେ ନୀଳମାଧବ ଜୀଉଙ୍କ ଶ୍ରୀ ପ୍ରୟର ଲାଗି ଅଭିଷେକ ନୀତି ସୁନାବେଶ ସମ୍ପନ୍ନ ହୋଇଥିଲା। ପ୍ରାୟ ମଧ୍ୟାହ୍ନ ସାଢେ ୧୨ଟା ସମୟରେ ମଧ୍ୟାହ୍ନ ଧୂପ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରୀ ଜୀଉଙ୍କ ପାଟବସ୍ତ୍ର ଲାଗି ହେବା ପରେ ଅପରାହ୍ନ ଗୋଟାଏ ସମୟରେ ଶ୍ରୀ ଜୀଉଙ୍କ ଦର୍ଶନ ପାଇଁ ସାହାଣ ମେଲା ହୋଇଥିଲା। ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ରାଜ୍ୟ ତଥା ବାହାରୁ ସହସ୍ରାଧିକ ଭକ୍ତଙ୍କ ଭିଡ଼ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri