ଶ୍ରୀ ରାଧାକୃଷ୍ଣ, ମହାପ୍ରଭୁଙ୍କୁ ବ୍ରହ୍ମକମଳ ଅର୍ପଣ

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ନୂତନ ସତ୍‌ସଂଘ ମନ୍ଦିର ପରିସରରେ ଶନିବାର ରାତିରେ ୫ଟି ବ୍ରହ୍ମକମଳ ଫୁଲ ଫୁଟିଥିଲା। ଏହା ଦେଖି ସତ୍‌ସଂଘ କେନ୍ଦ୍ରର ଶ୍ରଦ୍ଧାଳୁମାନେ ଆନନ୍ଦରେ ଏହି ବିରଳ ଫୁଲଗୁଡ଼ିକୁ ମହାପ୍ରଭୁଙ୍କୁ ଅର୍ପଣ କରିଛନ୍ତି। କେନ୍ଦ୍ରର ସହପ୍ରତି ଋତ୍ୱିକ କେଶବ ଚନ୍ଦ୍ର ଭୋଳଙ୍କ ଆବାହକତ୍ୱରେ ଭକ୍ତ ତାପସ ରଞ୍ଜନ ପ୍ରଧାନ, ରମେଶ ଚନ୍ଦ୍ର ପାତ୍ର, ବିବେକାନନ୍ଦ ସ୍ବାଇଁ, ବୈଧାୟନ ମହାପାତ୍ର ପ୍ରମୁଖ ପୁଷ୍ପ ଅର୍ପଣ ଉତ୍ସବରେ ଉପସ୍ଥିତ ଥିଲେ। ପ୍ରଥମେ ବ୍ରହ୍ମକମଳକୁ ଗଛରୁ ତୋଳି ଆଣି ଏକ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରଦ୍ଧାଳୁମାନେ ରାଧାକୃଷ୍ଣ ମନ୍ଦିରରେ ପହଞ୍ଚତ୍ଥିଲେ । ମନ୍ଦିରସ୍ଥିତ ଶ୍ରୀ ରାଧାକୃଷ୍ଣ, ଶ୍ରୀ ଜଗନ୍ନାଥ ଏବଂ ଶାଳଗ୍ରାମ ଶ୍ରୀ ବିଗ୍ରହଙ୍କୁ ବ୍ରହ୍ମକମଳଗୁଡ଼ିକୁ ସମର୍ପଣ କଲାବେଳେ ଏକ ଭକ୍ତି, ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri