ଶ୍ରେଣୀଗୃହରେ ଶିକ୍ଷୟିତ୍ରୀଙ୍କୁ କଟୁରିରେ ଆକ୍ରମଣ

ନିଆଳି, ୨ା୭(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ବିନିଶିପୁର ପଞ୍ଚାୟତ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟରେ ସୋମବାର ପୂର୍ବାହ୍ନରେ ପାଠପଢ଼ା ଚାଲିଥିବାବେଳେ ଆତଙ୍କ ଖେଳିଯାଇଥିଲା। କାରଣ ବିଭୂତି ମହାନ୍ତି(୪୩) ନାମକ ଜଣେ ଯୁବକ କଟୁରି ଧରି ଶ୍ରେଣୀ ଗୃହରେ ପଶି ଶିକ୍ଷୟିତ୍ରୀ ଶୁଚିସ୍ମିତା ମୁଦୁଲିଙ୍କୁ ହାଣି ପକାଇଥିଲେ। ଏଥିରେ ଶୁଚିସ୍ମିତାଙ୍କ ଦୁଇହାତ, ମୁଣ୍ଡ, ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ନେଇ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଓ ଆହତ ଶିକ୍ଷୟିତ୍ରୀଙ୍କ ଖୁଡୀ ନିଆଳି ଥାନାରେ ପୃଥକ୍‌ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ. ୧୫୩/୧୯) ରୁଜୁ କରି ଆକ୍ରମଣକାରୀ ବିଭୂତିଙ୍କୁ ଥାନାରେ ଅଟକ ରଖିଛି।
ସୂଚନା ଅନୁଯାୟୀ, ପୂର୍ବାହ୍ନ ପ୍ରାୟ ୧୧ଟା ୪୦ ମିନିଟ୍‌ରେ ଏହି ଘଟଣା ଘଟିଥିଲା। ଆକ୍ରମଣ ପରେ ଶୁଚିସ୍ମିତା ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଶ୍ରେଣୀଗୃହରେ ଅଚେତ ହୋଇପଡିଥିଲେ। ଛାତ୍ରୀଛାତ୍ରମାନେ ଆତଙ୍କିତ ହୋଇ ଚିତ୍କାର କରିବାରୁ ଘଟଣାସ୍ଥଳରେ ପ୍ରଧାନଶିକ୍ଷୟିତ୍ରୀ ଓ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକମାନେ ପହଞ୍ଚି ଯାଇଥିଲେ। ଏମାନଙ୍କୁ ଦେଖି ବିଭୂତି ଦୌଡି ପଳାଇଯାଇଥିଲେ। ଶୁଚିସ୍ମିତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଚାରିଛକ ଡାକ୍ତରଖାନା ପଠାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହାପରେ ଚାରିଛକ ବଜାରରେ ବିଭୂତିଙ୍କୁ ଲୋକମାନେ କାବୁ କରିବା ସହ ନିର୍ଧୂମ ପିଟିଥିଲେ। ପୋଲିସ ପହଞ୍ଚି ବିଭୂତିଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଛି। ନିଆଳି ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ କହିଛନ୍ତି, ବିଭୂତି କାହିଁକି ଆକ୍ରମଣ କଲେ ସେ ସମ୍ପର୍କରେ ଜଣାପଡିନାହଁି। ତାଙ୍କୁ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri