ଶ୍ରେଣୀଗୃହରେ ଶୋଇପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ: ସୋସିଆଲ୍‌ ମିଡିଆରେ ଭାଇରାଲ ହେଲା ଫଟୋ

ନାଉଗାଁ,୪ା୨(ସ୍ବ.ପ୍ର.): ଗୋଟିଏ ଦିନରେ ୫ଜଣ ଶିକ୍ଷକଙ୍କୁ ଛୁଟି ଦେଇ ଚର୍ଚ୍ଚାକୁ ଆସିଥିଲେ
ନାଉଗାଁ ବ୍ଲକ ଅଧୀନ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଆବାସ ଲେଙ୍କା। ସୋମବାର ପୁଣି ଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ଯାହାକି ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ଶ୍ରେଣୀଗୃହରେ ଶିକ୍ଷୟିତ୍ରୀ ବସି ମୋବାଇଲ ଦେଖୁଦେଖୁ ଅନ୍ୟ ଏକ ଚେୟାରରେ ଗୋଡ଼ ରଖି ଶୋଇଥିବା ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ବିଦ୍ୟାଳୟରେ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଥିଲେ ବି ପ୍ରଧାନଶିକ୍ଷୟିତ୍ରୀଙ୍କ କିଛି ଦାୟିତ୍ୱ ନ ଥିବା ଭଳି ମନେ ହେଉଛି। ଆଗକୁ ୧୦ମ ଶ୍ରେଣୀ ପରୀକ୍ଷା। ଏଥିପାଇଁ ମଧ୍ୟ କିଛି ଚିନ୍ତା କରୁ ନ ଥିବା ଅଭିଯୋଗ ହୋଇଛି। ପ୍ରଧାନଶିକ୍ଷୟିତ୍ରୀଙ୍କ ଏଭଳି ଶୋଇବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି। ଅନ୍ୟପକ୍ଷରେ ପ୍ରଧାନଶିକ୍ଷୟିତ୍ରୀଙ୍କ ଏହି ଫଟୋଟି ବ୍ଲକ ଶିକ୍ଷାଧିକାରୀଙ୍କ ନଜରକୁ ଅଣାଯାଇଥିଲେ ବି ସେ ଏହାକୁ ହାଲ୍‌କାଭାବେ ନେଇଛନ୍ତି। ଘଟଣା ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ମାଗୁଣି ଚରଣ ମହାନ୍ତିଙ୍କୁ ପଚାରିବାରେ ସେ କହିଛନ୍ତି, ପ୍ରଧାନଶିକ୍ଷୟିତ୍ରୀ କାହିଁିକି ଗୋଟିଏ ଦିନରେ ୫ ଜଣ ଶିକ୍ଷକଙ୍କୁ ଛୁଟି ଦେଇଥିଲେ ତାହାର ତଦନ୍ତ ପାଇଁ ଚିଠି କରାଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଧାନଶିକ୍ଷୟିତ୍ରୀଙ୍କ ଶୋଇଥିବା ଫଟୋ ଭାଇରାଲ ସମ୍ପର୍କରେ ପଚାରିବାରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ପ୍ରଧାନଶିକ୍ଷୟିତ୍ରୀ ଲେଙ୍କାଙ୍କୁ ପଚାରିବାରେ ସେ କହିଥିଲେ, ମୋର ଆଖି ଖରାପ ଥିବାରୁ ଔଷଧ ପକାଇ କାନ୍ଥକୁ ଆଉଜିଥିଲି, ଶୋଇ ନ ଥିଲି। ଗୋଡ଼ ଭଲ ନ ଥିବାରୁ ଅନ୍ୟ ଏକ ଚେୟାରରେ ଗୋଡ଼ ରଖିଥିଲି।
ସୂଚନଯୋଗ୍ୟ, ୨୨ ଜାନୁୟାରୀରେ ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀ ୫ ଜଣ ଶିକ୍ଷକଙ୍କୁ ବିନା ଦରଖାସ୍ତାରେ ଛୁଟି ମଞ୍ଜୁର କରିଥିଲେ। ଯାହାକି ସରକାରଙ୍କ ନିୟମକୁ ଖୋଲା ଉଲଂଘନ କରାଯାଇଥିଲା। ଘଟଣାକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହାର ତଦନ୍ତ କରାଯାଇ ନାହିଁ। ଉକ୍ତ ବିଦ୍ୟାଳୟରେ ବିଭିନ୍ନ ଘଟଣା ଘଟୁଥିଲେ ବି କାହିଁକି ତଦନ୍ତ କରାଯାଉ ନାହିଁ ବୋଲି ଅଭିଭାବକ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri