ଶ୍ରେଣୀଗୃହ ନାହିଁ, ବାରଣ୍ଡାରେ ଚାଲିଛି ପାଠପଢ଼ା

ଝରିଗାଁ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ଗୋମିଓଡ଼ା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପିଲାମାନେ ପାଠ ପଢୁଛନ୍ତି। ୧୯୮୦ ମସିହାରେ ଗୋମିଓଡ଼ା ଗ୍ରାମରେ ଏହି ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ରହିଥିବାବେଳେ ୯୭ ଛାତ୍ରୀଛାତ୍ରଙ୍କ ପାଇଁ ୩ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ବିଦ୍ୟାଳୟର ପୁରୁଣା ଗୃହରେ ଦୁଇଟି ଶ୍ରେଣୀ ଗୃହ ରହିଥିବା ବେଳେ ଏବେ ତାହା ଜରାଜୀର୍ଣ୍ଣ ପାଲଟି ଗାଁର ବୁଲା ଗାଈଗୋରୁଙ୍କ ଆଶ୍ରୟସ୍ଥଳୀ ପାଲଟିଛି। ବିଦ୍ୟାଳୟ ପରିସରରେ ରହିଥିବା ଅତିରିକ୍ତ ଶ୍ରେଣୀ ଗୃହରେ ୫ଟି ଶ୍ରେଣୀର ପିଲାଙ୍କ ଭବଷ୍ୟତ ଗଢ଼ାଚାଲିଛି। ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଅଧିକ ରହିଥିବାରୁ ବର୍ଷ ତମାମ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ବାରଣ୍ଡାରେ ପାଠ ପଢିବାକୁ ଏକପ୍ରକାର ବାଧ୍ୟ ହେଉଛନ୍ତିି। ବିଦ୍ୟାଳୟ ପରିଚାଳନା କମିଟି ଏବଂ ଗ୍ରାମବାସୀ ପଲ୍ଲୀସଭାରେ ବାରମ୍ବାର ବିଦ୍ୟାଳୟର ଶ୍ରେଣୀ ଗୃହ,ପାଚେରୀ ସକାଶେ ଦାବି କରି ଆସୁଥିବାବେଳେ ସେଥିପ୍ରତି କାହାର ଗୁରୁତ୍ୱ ନାହିଁ। ବିଦ୍ୟାଳୟ ପରିସରରେ ଶୌଚାଳୟ ରହିଥିଲେ ମଧ୍ୟ ତାହା ବ୍ୟବହାର ପୂର୍ବରୁ ନଷ୍ଟ ହୋଇଯାଇଛି। ବିଦ୍ୟାଳୟରେ ପାଚେରୀ ନ ଥିବାରୁ ତାହା ଗୋଚର ପାଲଟିଛି। ଗୋମିଓଡ଼ା ବିଦ୍ୟାଳୟରେ ଶ୍ରେଣୀ ଗୃହ ନ ଥିବା ନେଇ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ବାହାଦୂରସିଂ ଧରୁଆଙ୍କୁ ପଚାରିବାରୁ, ବିଦ୍ୟାଳୟର ଶ୍ରେଣୀ ଗୃହ କିପରି ଶୀଘ୍ର ହୋଇପାରିବ ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri