ଶ୍ରେଣୀଗୃହ ନିର୍ମାଣ, ଶିକ୍ଷକ ପଦବୀ ପୂରଣ ଦାବି: ୮ରୁ ଛାତ୍ରାଭିଭାବକଙ୍କ ଆନ୍ଦୋଳନ ଚେତାବନୀ

ଗଣିଆ,୩ା୭(ଡି.ଏନ.ଏ.)- ଗଣିଆ ବ୍ଲକର ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ସାଙ୍ଗକୁ ଶିକ୍ଷକ ପଦବୀ ପୂରଣ ହୋଇପାରି ନାହିଁ। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆସନ୍ତା ୮ତାରିଖରୁ ସ୍କୁଲ ବନ୍ଦ କରାଯାଇ ଆନ୍ଦୋଳନ କରାଯିବ ବୋଲି ଛାତ୍ରାଭିଭାବକ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଚାଲୁରହିବ ବୋଲି ଛାତ୍ରାଭିଭାବକ କମିଟି ତରଫରୁ ନିଷ୍ପତ୍ତି ନିଆଯାଇଛି ା ଏ ନେଇ କମିଟି ତରଫରୁ କନ୍ଧମାଳ ଏମ୍‌ପି, ଦଶପଲ୍ଲା ବିଧାୟକ, ନୟାଗଡ଼ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବ୍ଲକ ପ୍ରଶାସନର ପଦାଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି ା ସୂଚନାଯୋଗ୍ୟ, ଏକଶହ ବର୍ଷରୁ ଊର୍ଦ୍ଧ୍ୱ ଏହି ବିଦ୍ୟାଳୟ ଶ୍ରେଣୀଗୃହଗୁଡିକ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଥିଲା। ଗତ ଫନୀ ବାତ୍ୟା ପ୍ରଭାବରେ ଶ୍ରେଣୀଗୃହର ଛପର ଉଡିଯିବା ସହ କାନ୍ଥଗୁଡିକ ଭାଙ୍ଗିରୁଜି ଯାଇଥିଲା। ନୂତନ ପକ୍କା ଶ୍ରେଣୀଗୃହ ନିର୍ମାଣ ପାଇଁ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ବିଭିନ୍ନ ସମୟରେ ପ୍ରଶାସନିକ ଓ ରାଜନୈତିକ ସ୍ତରରେ ଦାବି ହୋଇଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ବିଦ୍ୟାଳୟର ସମସ୍ୟା ପ୍ରତି ପ୍ରଶାସନିକ ଅବହେଳା ନେଇ ସ୍ଥାନୀୟ ବାସନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏପରିସ୍ଥଳେ ଗତ ସୋମବାର ଗଣିଆ ବିଡିଓ ମାନସ ରଞ୍ଜନ ସାମଲ ଓ ଏବିଡିଓ ସରୋଜ କୁମାର ନାୟକ ଛାମୁଣ୍ଡିଆ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ ସରପଞ୍ଚଙ୍କୁ ଚତୁର୍ଦ୍ଦଶ ଅର୍ଥ କମିଶନ ଫଣ୍ଡରୁ ଦେଢଲକ୍ଷ ଟଙ୍କା ମଞ୍ଜୁର କରି ମରାମତି କାର୍ଯ୍ୟ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ା ହେଲେ ଛାତ୍ରାଭିଭାବକ କମିଟି ପ୍ରସ୍ତାବରେ ରାଜି ନ ଥିବା ଜଣାପଡିଛି ା କମିଟି ସଦସ୍ୟଙ୍କ କହିବା କଥା ବିଦ୍ୟାଳୟର ବହୁ ଶ୍ରେଣୀଗୃହ ବିପଦପୂର୍ଣ୍ଣ ଥିବା ନେଇ ପୂର୍ବରୁ ସରକାରୀ ଭାବେ ଘୋଷଣା କରାଯାଇଛି। ଏହାକୁ ଭଙ୍ଗାଯାଇ ନୂତନ ଗୃହ ନିର୍ମାଣ କରିବା ବଦଳରେ ପ୍ରଶାସନିକ ଅଧିକାରୀମାନେ ଜରାଜୀର୍ଣ୍ଣ ଥିବା ଗୃହଗୁଡିକର ମରାମତି ପାଇଁ ପ୍ରସ୍ତାବ ଦେବା ଦୁର୍ଭାଗ୍ୟଜନକ। କୋମଳମତି ଶିଶୁମାନଙ୍କ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ ନୂତନ ପକ୍କାଗୃହ ନିର୍ମାଣ କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri