ଶ୍ରେଣୀଗୃହ ବିପଦସଙ୍କୁଳ, ଭୟଭୀତ ଅବସ୍ଥାରେ ଛାତ୍ରୀଛାତ୍ର

ଜମନକିରା,୩୧।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତ ସରେଇ ଗାଁସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶେଣୀଗୃହ ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ, ସରପଞ୍ଚ, ପରିଚାଳନା କମିଟି ଏବଂ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଥିବାବେଳେ କୌଣସି ସୁଫଳ ମିଳୁନାହିଁ।
ସୂଚନାଯୋଗ୍ୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘବର୍ଷରୁ ନିର୍ମିତ ହୋଇଛି। କିଛିବର୍ଷ ପୂର୍ବରୁ କୋଠରୀଟିର ଗୋଟିଏ ପଟ ଦବି ଯାଇ କାନ୍ଥରେ ଫାଟ ସୃଷ୍ଟି ହୋଇଥିଲା। ବିଦ୍ୟାଳୟରେ ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ଶ୍ରେଣୀଗୃହର ଏଭଳି ଅବସ୍ଥା ଉଭୟ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏହି ବିଦ୍ୟାଳୟରେ ମୋଟ ୪ଟି କୋଠରୀ ଥିବାବେଳେ ପ୍ରତ୍ୟେକ କୋଠରୀରେ ୨ଟି ଶ୍ରେଣୀର ପିଲାମାନେ ଶିକ୍ଷା ଗ୍ରହଣ କରୁଛନ୍ତି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ପରିଚାଳନା କମିଟି ଜରିଆରେ ସ୍ଥାନୀୟ ସରପଞ୍ଚ ଓ ଗ୍ରାମ ପଞ୍ଚାୟତକୁ ଲିଖିତ ଭାବେ ଜଣାଇଥିବା ବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ଅଧିକ ଅନୁଦାନ ନ ହେଲେ ଶ୍ରେଣୀଗୃହ ନିର୍ମାଣ ସମ୍ଭବପର ନୁହେଁ ବୋଲି କହିଛନ୍ତି। ତେଣୁ ସରପଞ୍ଚ ଚନ୍ଦ୍ରକାନ୍ତ ପଧାନଙ୍କ ନେତୃତ୍ୱରେ ପରିଚାଳନା କମିଟିର କର୍ମକର୍ତ୍ତା ଓ ଗ୍ରାମବାସୀ ବୁଧବାର ଏନେଇ ସ୍ଥାନୀୟ ବିଡିଓ ଏବଂ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri