ଶ୍ରେଣୀଗୃହ ବିମ୍‌ରୁ ପ୍ଲାଷ୍ଟର ଖସିଲା

କଟକ ଅଫିସ, ୧୨।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଟିଏମ୍‌ ବିଭାଗ ଶ୍ରେଣୀଗୃହରେ ଥିବା ବିମ୍‌ର ପ୍ଲାଷ୍ଟର ବୁଧବାର ଖସିପଡିଥିଲା। ହେଲେ ସେହି ସମୟରେ ସେଠାରେ ବସିଥିବା ଜଣେ ଛାତ୍ରୀ ଏଥିରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଏପରି କି ଶ୍ରେଣୀଗୃହରେ ପାଣି ଜମିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, କିଛିଦିନ ହେବ ବିଶ୍ୱବିଦ୍ୟାଳୟ ଆଇଟିଏମ ବିଭାଗ ଶ୍ରେଣୀଗୃହର ଛାତରୁ ବାରମ୍ବାର ସିଲିଂ ଖସୁଛି। ଏ ନେଇ ବହୁବାର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ହେଲେ ଏ ଦିଗରେ କିଛି ପଦକ୍ଷେପ ନିଆଯାଇନାହିଁ। ଫଳରେ ବୁଧବାର ଲଗାଣ ବର୍ଷା ଯୋଗୁ ଛାତରେ ଥିବା ବିମ୍‌ରୁ ପ୍ଲାଷ୍ଟର ଖସିବା ସହ ପାଣି ଗଳୁଥିବା ଦେଖିବାକୁ ମିଳିଥିଲା। କେବଳ ଶ୍ରେଣୀଗୃହର ଛାତରୁ ନୁହେଁ ବିଭାଗର ଲ୍ୟାବ୍‌ରୁ ମଧ୍ୟ ସିଲିଂର ଖସିଛି। ପ୍ରତିଦିନ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରମାମାନେ କ୍ଲାସ କରୁଛନ୍ତି। ଅଧିକ ବର୍ଷା ହେଲେ ପାଠପଢା ସମ୍ପର୍ଣ୍ଣ ଭାବେ ବନ୍ଦ ହୋଇଯାଉଛି। ଏ ନେଇ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ପରିଚୟ ଗୋପନ ରଖି କହିଛନ୍ତି, ଶ୍ରେଣୀଗୃହ ବର୍ତ୍ତମାନ ବିପଜ୍ଜନକ ଅବସ୍ଥାରେ ରହିଛି। ବହୁବାର ଛାତରୁ ପ୍ଲାଷ୍ଟର ଖସି ସାରିଲାଣି। କ୍ଲାସ ଭିତରକୁ ପ୍ରବେଶ କରିବାକୁ ଡର ଲାଗୁଛି। ଏପରି କି ସାମାନ୍ୟ ବର୍ଷାରେ ମଧ୍ୟ ଶ୍ରେଣୀଗୃହରେ ପାଣି ଜମି ରହୁଛି। ସେହିପରି ବିଭାଗର ଜଣେ ଛାତ୍ରୀ ପରିଚୟ ଗୋପନ ରଖି କହିଛନ୍ତି, ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଏବେ ଅସୁରକ୍ଷିତ। ବିଭାଗର ସମସ୍ତ ଛାତର ଅବସ୍ଥା ଅତି ଶୋଚନୀୟ। ଅନେକ କ୍ଲାସକୁ ମଧ୍ୟ ବାତିଲ କରିଦିଆଯାଉଛି। ଫଳରେ ପାଠପଢାରେ ଅସୁବିଧା ହେଉଛି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏଥିପ୍ରତି କୌଣସି ପଦକ୍ଷେପ ନେଉନାହାନ୍ତି। ଏ ସମ୍ପର୍କରେ କୁଳସଚିବ ଅଶୋକ କୁମାର ଦାସ କୁହନ୍ତି, ଶ୍ରେଣୀଗୃହ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ହେବା ଫଳରେ ମରାମତି କାର୍ଯ୍ୟରେ ବାଧା ଉପୁଜୁଛି। ପାଗରେ ପରିବର୍ତ୍ତନ ଆସିଲେ ମରାମତି କାର୍ଯ୍ୟ ଆରମ୍ଭ ହୋଇ ୧୦ଦିନ ମଧ୍ୟରେ ଶେଷ କରାଯିବ। ସୂଚନାଯୋଗ୍ୟ, କିଛିଦିନ ତଳେ ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଷୁଡ଼ିଥିଲା। ହେଲେ ସୌଭାଗ୍ୟ ବଶତଃ କୌଣସି ବଡ଼ ଧରଣର ବିପତ୍ତି ଘଟି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri