Posted inରାଜ୍ୟ

ଶ୍ରେଷ୍ଠ ୧୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଦେଶର ୫୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫେମ୍‌ ଇଣ୍ଡିଆ ମାଗାଜିନ୍‌ ଓ ଏସିଆ ପୋଷ୍ଟ ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ପଟ୍ଟନାୟକ ୧୦ ନମ୍ବର ସ୍ଥାନରେ ରହିଛନ୍ତି। କେବଳ ଏତିକି ନୁହେଁ, ତାଲିକାର ଏକାଦଶ ସ୍ଥାନରେ ଆଉଜଣେ ଓଡ଼ିଆ ସ୍ଥାନ ପାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ପି.କେ.ମିଶ୍ର ଦ୍ୱିତୀୟ ଓଡ଼ିଆଭାବେ ଏହି ପ୍ରଭାବଶାଳୀ ଭାରତୀୟ ତାଲିକାରେ ରହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସବୁଠାରୁ କ୍ଷମତାଶାଳୀ ବ୍ୟକ୍ତି ବୋଲି ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ମୋଦି ଏକ ନମ୍ବର ସ୍ଥାନରେ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରହିଛନ୍ତି। ସେହିଭଳି ୩ୟ ସ୍ଥାନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରହିଛନ୍ତି।
ତେବେ ୧୯୯୯ ମହାବାତ୍ୟା ପରବର୍ତ୍ତୀ ଘଡ଼ିସନ୍ଧି ସମୟରୁ ଓଡ଼ିଶାର ଭାର ସମ୍ଭାଳିଥିବା ନବୀନ ପଟ୍ଟନାୟକ ଲଗାତର ୫ଥର ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଅପ୍ରତିଦ୍ବନ୍ଦି ନେତା ଭାବେ ସେ ଭାରତୀୟ ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ତାଙ୍କ ନେତୃତ୍ୱ କାଳରେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ସମଗ୍ର ବିଶ୍ୱ ପାଇଁ ଉଦାହରଣ ସୃଷ୍ଟିକରିଛି। ସେହିଭଳି ସାମାଜିକ ଓ ଆର୍ଥିକ ବିକାଶ କ୍ଷେତ୍ରରେ ମଧ୍ୟ ଓଡ଼ିଶା ରେକର୍ଡ ପ୍ରତିଷ୍ଠା କରିଛି। ୨୦୦୪-୦୫ରେ ଓଡ଼ିଶାର ୬୦.୮% ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ଥିବାବେଳେ ୨୦୦୯-୧୦ ବେଳକୁ ତାହା କମି ୩୨.୯% ହୋଇଛି। ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ମଧ୍ୟ ଓଡ଼ିଶା ବେଶ୍‌ ଭଲ ପ୍ରଦର୍ଶନ କରିଛି। ଏଥିଲାଗି ସେ ଜଣେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେବାସହ ବହୁବାର ପ୍ରଭାବଶାଳୀ ଭାରତୀୟ ତାଲିକାରେ ସ୍ଥାନ ପାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri