Posted inରାଜ୍ୟ

ଶ୍ରେଷ୍ଠ ୧୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଦେଶର ୫୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫେମ୍‌ ଇଣ୍ଡିଆ ମାଗାଜିନ୍‌ ଓ ଏସିଆ ପୋଷ୍ଟ ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ପଟ୍ଟନାୟକ ୧୦ ନମ୍ବର ସ୍ଥାନରେ ରହିଛନ୍ତି। କେବଳ ଏତିକି ନୁହେଁ, ତାଲିକାର ଏକାଦଶ ସ୍ଥାନରେ ଆଉଜଣେ ଓଡ଼ିଆ ସ୍ଥାନ ପାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ପି.କେ.ମିଶ୍ର ଦ୍ୱିତୀୟ ଓଡ଼ିଆଭାବେ ଏହି ପ୍ରଭାବଶାଳୀ ଭାରତୀୟ ତାଲିକାରେ ରହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସବୁଠାରୁ କ୍ଷମତାଶାଳୀ ବ୍ୟକ୍ତି ବୋଲି ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ମୋଦି ଏକ ନମ୍ବର ସ୍ଥାନରେ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରହିଛନ୍ତି। ସେହିଭଳି ୩ୟ ସ୍ଥାନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରହିଛନ୍ତି।
ତେବେ ୧୯୯୯ ମହାବାତ୍ୟା ପରବର୍ତ୍ତୀ ଘଡ଼ିସନ୍ଧି ସମୟରୁ ଓଡ଼ିଶାର ଭାର ସମ୍ଭାଳିଥିବା ନବୀନ ପଟ୍ଟନାୟକ ଲଗାତର ୫ଥର ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଅପ୍ରତିଦ୍ବନ୍ଦି ନେତା ଭାବେ ସେ ଭାରତୀୟ ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ତାଙ୍କ ନେତୃତ୍ୱ କାଳରେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ସମଗ୍ର ବିଶ୍ୱ ପାଇଁ ଉଦାହରଣ ସୃଷ୍ଟିକରିଛି। ସେହିଭଳି ସାମାଜିକ ଓ ଆର୍ଥିକ ବିକାଶ କ୍ଷେତ୍ରରେ ମଧ୍ୟ ଓଡ଼ିଶା ରେକର୍ଡ ପ୍ରତିଷ୍ଠା କରିଛି। ୨୦୦୪-୦୫ରେ ଓଡ଼ିଶାର ୬୦.୮% ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ଥିବାବେଳେ ୨୦୦୯-୧୦ ବେଳକୁ ତାହା କମି ୩୨.୯% ହୋଇଛି। ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ମଧ୍ୟ ଓଡ଼ିଶା ବେଶ୍‌ ଭଲ ପ୍ରଦର୍ଶନ କରିଛି। ଏଥିଲାଗି ସେ ଜଣେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେବାସହ ବହୁବାର ପ୍ରଭାବଶାଳୀ ଭାରତୀୟ ତାଲିକାରେ ସ୍ଥାନ ପାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri