ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ଆପରାଧିକ ରେକର୍ଡ ଯାଞ୍ଚ କରିବା ପରେ ଅଭିଯୁକ୍ତଙ୍କ ଅସଲ ମୁଖା ଖୋଲିଯାଇଥିଲା। ଶ୍ୱଶୁର ଘରୁ ବାଇକ ଚୋରି ମାମଲାରେ ଫେରାର ଥିବା ଜଣାପଡିବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ସେ ହେଲେ ଜଟଣୀ ହାଟବଜାର ଅଞ୍ଚଳର ପି. ପ୍ରସନ୍ନ ରାଓ (୩୯)।
ସୂଚନା ମୁତାବକ, ସୋମବାର ଶହୀଦନଗର ଥାନାଞ୍ଚଳରେ ଥିବା ଏକ ହୋଟେଲର ବିଲ ପଇଠ ନ କରି ଅଭିଯୁକ୍ତ ପ୍ରସନ୍ନ ଫେରାର ହେଉଥିବାବେଳେ ଧରାପଡ଼ିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ସତ୍ୟ ସାମ୍ନାକୁ ଆସିଥିଲା। ସେ ରାଜଧାନୀରେ ଏକାଧିକ ତାରକା ହୋଟେଲରେ ଖାଇବା ପରେ ବିଲ ପଇଠ ନ କରି ଫେରାର ହୋଇଯାଉଥିଲେ। ଅନ୍ୟପକ୍ଷରେ ୨୦୧୩ରେ ସ୍ତ୍ରୀଙ୍କ ମଧ୍ୟରେ ଝଗଡାକୁ କେନ୍ଦ୍ରକରି କୋର୍ଟରେ ଛାଡପତ୍ର ଆବେଦନ ହୋଇଥିଲା। ପରବର୍ତ୍ତୀ ସମୟରେ ଅଭିଯୁକ୍ତ ପ୍ରସନ୍ନ ଶ୍ୱଶୁର ଘରୁ ଏକ ବାଇକ୍‌ (ଓଡି ୦୨ କେ ୦୩୧୫) ନେଇ ଫେରାର ହୋଇଯାଇଥିଲେ। ଶାଶୁ ପି. ରେଣୁ ଦୋରାଙ୍କ ଅଭିଯୋଗକ୍ରମେ ପୋଲିସ ୫୨୬/୧୩ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗିରଫ ପ୍ରସନ୍ନଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରିଥିଲା ପୋଲିସ। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?