ଶ୍ୱଶୁରଙ୍କୁ ଆକ୍ରମଣ ମାମଲା, ବୋହୂ ଗଲେ ଜେଲ

ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସନ୍ଧ୍ୟାରେ ରୀନାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇଯାଇଛି। ଏ ନେଇ ନଂ. ୧୯୯/୧୯ରେ ମାମଲା ରୁଜୁ ହୋଇଛି।
ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ କ୍ଷୀରୋଦ କୁମାର ବେହେରାଙ୍କ ସୂଚନା ପ୍ରକାରେ, ଗତ ୧୦ ତାରିଖରେ ରିନାଙ୍କ ଶ୍ୱଶୁର ଗାଣ୍ଡୁ ସାହୁ ଘର ବାରଣ୍ଡାରେ ବସିଥିବା ବେଳେ ରୀନା ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ଶ୍ୱଶୁରଙ୍କୁ ଧକ୍କା ମାରିଥିଲେ। ଫଳରେ ତାଙ୍କ ଚଷମା ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ କପାଳରେ ଆଘାତ ଲାଗିଥିଲା। ପାଟି ଶୁଣି ସମସ୍ତ ପୁଅ ଓ ପଡ଼ୋଶୀ ଆସିବାରୁ ରୀନା ସେମାନଙ୍କୁ ଧମକ ଦେଇଥିଲେ। ଗାଣ୍ଡୁ କେ.ନୂଆଗାଁ ଥାନାରେ ପହଞ୍ଚତ୍ ବୋହୁଙ୍କ ବିରୋଧରେ ଏତଲା ଦେଇଥିଲେ। ଗାଁ ଭଦ୍ର ଲୋକ ପାରିବାରିକ ବିବାଦର ସମାଧାନ ପାଇଁ ସଭା କରିଥିଲେ ମଧ୍ୟ ଉଭୟପକ୍ଷ ନିଜ ନିଜ ଜିଦରେ ଅଟଳ ରହିବାରୁ କୌଣସି ନିଷ୍ପତ୍ତି ହୋଇପାରିନଥିଲା ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri