Posted inଖେଳ

ଶ୍ୱାସ ଉପକରଣ ପ୍ରସ୍ତୁତ କରିବ ମର୍ସିଡିଜ୍‌ ଟିମ୍‌

ଲଣ୍ଡନ, ୮ା୪ (ଏଏଫ୍‌ପି)- କରୋନା ଭାଇରସ୍‌ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ସାମିଲ ହୋଇଛି ଫର୍ମୁଲାଓ୍ବାନ ଟିମ୍‌ ମର୍ସିଡିଜ୍‌। ଆସନ୍ତା ସପ୍ତାହରୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ ସେବା ପାଇଁ ଶ୍ୱାସ ଉପକରଣ ଯୋଗାଇ ଦେବ। ଏହି ଉପକରଣଟିକୁ ଦି କଣ୍ଟିନ୍ୟୁଅସ୍‌ ପଜିଟିଭ ଏୟାରଓ୍ବେ ପ୍ରେସର (ସିପିିଏପି) ଡିଭାଇସ୍‌ କୁହାଯାଉଛି। ଫୁସ୍‌ଫୁସ୍‌ ସଂକ୍ରମଣ ଥିବା କରୋନା ଭାଇରସ ରୋଗୀଙ୍କ ଶ୍ୱାସ ପ୍ରକ୍ରିୟାକୁ ସହଜ କରିଥାଏ। ଏକ ସପ୍ତାହରୁ କମ୍‌ ସମୟ ମଧ୍ୟରେ ଏହା ପ୍ରସ୍ତୁତ ହୋଇ ପାରିଛି। ଲଣ୍ଡନରେ ରୋଗୀଙ୍କ କ୍ଷେତ୍ରରେ ଏହାର ବ୍ୟବହାର ଫଳପ୍ରଦ ହୋଇଛି। ବ୍ରିଟିଶ ସରକାର ଇତିମଧ୍ୟରେ ୧୦,୦୦୦ ଡିଭାଇସ୍‌ ପାଇଁ ଅର୍ଡର କରିଛନ୍ତି। ନର୍ଥହାମ୍ପଟନଶାୟାର ଅନ୍ତର୍ଗତ ବ୍ରିକ୍ସଓ୍ବର୍ଥସ୍ଥିତ ମର୍ସିଡିଜ୍‌ ଏଏମ୍‌ଜି ହାଇ ପରଫର୍ମାନ୍ସ ପାଓ୍ବାରଟ୍ରେନ୍ସ ଟେକ୍ନୋଲୋଜି ସେଣ୍ଟରଠାରେ ଦୈନିକ ୧,୦୦୦ ଡିଭାଇସ୍‌ ଉତ୍ପାଦିତ ହେଉଛି। ସେଣ୍ଟରର ପରିଚାଳନା ନିର୍ଦ୍ଦେଶକ ଆଣ୍ଡି କୋଓ୍ବେଲ ଏହି ସୂଚନା ଦେଇଛନ୍ତି। ଡିଭାଇସ୍‌ ଉତ୍ପାଦନ ପାଇଁ ଫର୍ମୁଲାଓ୍ବାନ ପିଷ୍ଟନ ଏବଂ ଟର୍ବୋଚାର୍ଜ ତିଆରି ଲାଗି ବ୍ୟବହାର କରାଯାଉଥିବା ୪୦ଟି ମେଶିନ୍‌କୁ ବିକଶିତ କରାଯାଇଛି। ୟୁନିଭର୍ସିଟି କଲେଜ ଲଣ୍ଡନ ସହିତ ଏକ ପାର୍ଟନରଶିପ୍‌ ଜରିଆରେ ମର୍ସିଡିଜ୍‌ର ଇଞ୍ଜିନିୟରମାନେ ଏହା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri