ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ ଷଣ୍ଢ ଗୁରୁତର ହୋଇ ଚିକିତ୍ସା ହେଉଛି। ବିବେକାନନ୍ଦ ସାମନ୍ତରାୟଙ୍କ ଏତଲା କ୍ରମେ କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନାରେ (ନଂ. ୨୬୮/୨୬)ରେ ମାମଲା ରୁଜୁ କରାଯାଇ ଅବସରପ୍ରାପ୍ତ ସୈନିକ ଦିବାକର ମଲ୍ଲିକଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ା ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଅମଣାପାରିର ଦିବାକର ସୈନିକ ଭାବେ କାର୍ଯ୍ୟକରି ଅବସର ନେବା ପରେ ଗଁାରେ ଚାଷବାସ କରୁଛନ୍ତି। ନିକଟରେ ଥିବା ମଧୁପୁର ମୌଜା ବିଲରେ ସେ ତଳି ପକାଇଛନ୍ତି। ଗୁରୁବାର ଦୁଇଟି ଷଣ୍ଢ ବିଲରେ ପଶି ତଳି ଖାଇଥିଲେ। ଏଥିରେ ଦିବାକର ଉତ୍‌କ୍ଷିପ୍ତ ହୋଇ ଦୁଇଟି ଷଣ୍ଢଙ୍କୁ ପ୍ରଥମେ ଶାବଳରେ ପିଟିଥିଲେ। ପରେ ଉତ୍ତ୍ୟକ୍ତ ହୋଇ କଟୁରିରେ ଗୋଟିଏ ଷଣ୍ଢଙ୍କୁ ହାଣିଦେଇଥିଲେ। ଘଟଣାସ୍ଥଳରେ ତା’ର ମୃତ୍ୟୁ ହେବା ସହ ଅନ୍ୟ ଏକ ଷଣ୍ଢ ଗୁରୁତର ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦିବାକରଙ୍କୁ ଗିରଫ ସହ ଶାବଳ ଓ କଟୁରି ଜବତ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିବା ଆଇଆଇସି ନରେଶ କୁମାର ସାହୁ ସୂଚନା ଦେଇଛନ୍ତି। ମୃତ ଷଣ୍ଢର ବ୍ୟବଚ୍ଛେଦ ପରେ ମଧୁପୁର ଛକରେ ପୋତିଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri