Posted inଜାତୀୟ

ଷଷ୍ଠ ପର୍ଯ୍ୟାୟରେ ୫୩% ମତଦାନ

ଲକ୍ଷ୍ନୌ,୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁବାର ୧୦ ଜିଲାର ୫୭ ଆସନ ଲାଗି ମତଦାନ ହୋଇଛି। ଏଥିସହିତ ୬୭୬ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ମତଦାନ ଶାନ୍ତିପୂର୍ଣ୍ଣ ଥିବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ବିଡିଆର୍‌ ତିଓ୍ବାରୀ କହିଛନ୍ତି।

ଅପରାହ୍ନ ୫ଟା ସୁଦ୍ଧା ୫୩.୩୧ ପ୍ରତିଶତ ମତଦାନ ହୋଇଥିଲା। ଏହି ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଜ୍ୟ କଂଗ୍ରେସ ସଭାପତି ଅଜୟ କୁମାର ଲଲ୍ଲୁ। ଯୋଗୀ ଗୋରଖପୁର ଅର୍ବାନରୁ ପ୍ରଥମ ଥର ଲାଗି ବିଧାନସଭା ନିର୍ବାଚନ ଲଢ଼ୁଛନ୍ତି। ସେହିପରି ଲଲ୍ଲୁ ତମକୁହି ରାଜରୁ, ସମାଜବାଦୀ ପାର୍ଟିର ସ୍ବାମୀ ପ୍ରସାଦ ମୌର୍ଯ୍ୟ ଫାଜିଲନଗରରୁ ଏବଂ ବିରୋଧୀ ଦଳ ନେତା ରାମଗୋବିନ୍ଦ ଚୌଧରୀ ବଂଶଡିହ ଆସନରୁ ପ୍ରାର୍ଥୀ ହୋଇଛନ୍ତି। ସକାଳେ ମୁଖ୍ୟମନ୍ତ୍ରୀ ଯୋଗୀ, ମୌଳିକ ଶିକ୍ଷାମନ୍ତ୍ରୀ ସତୀଶ ଦ୍ୱିବେଦୀ, ବିରୋଧୀ ଦଳ ନେତା ରାମଗୋବିନ୍ଦ ଚୌଧୁରୀ, ସୁହେଲଦେବ ଭାରତୀୟ ସମାଜ ପାର୍ଟି ମୁଖ୍ୟ ଓମ୍‌ପ୍ରକାଶ ରାଜଭର, ମନ୍ତ୍ରୀ ଉପେନ୍ଦ୍ର ତିଓ୍ବାରୀ ପ୍ରମୁଖ ସେମାନଙ୍କ ବୁଥ୍‌କୁ ଯାଇ ଭୋଟ ଦେଇଥିଲେ। ସୂଚନାଯୋଗ୍ୟ, ୨୦୧୭ରେ ଭାଜପା ଉକ୍ତ ୫୭ ଆସନରୁ ୪୬ଟିରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri