ଷ୍ଟକ୍‌ ବଜାରରେ ଛାଇଗଲା ୩୭୦ ଧାରା ପ୍ରଭାବ

ମୁମ୍ବାଇ,୭-୮: ଦେଶର ଷ୍ଟକ୍‌ ବଜାର ପାଇଁ ଅନେକଗୁଡ଼ିଏ ନକରାମତ୍କ ସୂଚନା ରହିଥିଲେ ସୁଦ୍ଧା ସୋମବାର ଜମ୍ମୁ-କଶ୍ମୀରରେ ୩୭୦, ୩୫ଏ ଧାରା ଉଚ୍ଛେଦ ସୂଚନା ଛାଇ ରହିଥିଲା। ଏଥିଯୋଗୁ ଦେଶରେ ବିଶୃଙ୍ଖଳା ସୃଷ୍ଟି ହେବାର ଆଶଙ୍କା କରି ନିବେଶକମାନେ ଶେୟାର ବିକ୍ରି କରିବାକୁ ଶ୍ରେୟସ୍କର ମଣିଥିଲେ। ଫଳରେ ବିଏସ୍‌ଇ ସେନ୍‌ସେକ୍ସ ୪୧୮.୩୮(୧.୧୩%) ହ୍ରାସ ସହ ୩୬,୬୯୯.୮୪ରେ ବନ୍ଦ ହୋଇଥିଲା। ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ନିଫ୍ଟିରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା। ନିଫ୍ଟି ୧୩୪.୭୫ ପଏଣ୍ଟ(୧.୨୩%) କମି ୧୦,୮୬୨.୬୦ରେ ବନ୍ଦ ହୋଇଛି। ଦିନର କାରବାର ମଧ୍ୟରେ ସେନ୍‌ସେକ୍ସରେ ୭୦୦ ପଏଣ୍ଟ ହ୍ରାସ ପାଇଥିଲା। ଜମ୍ମୁ-କଶ୍ମୀରକୁ ମିଳୁଥିବା ସମସ୍ତ ପ୍ରକାର ସ୍ବତନ୍ତ୍ର ଅଧିକାରକୁ ପ୍ରତ୍ୟାହାର କରିବା ସଂକ୍ରାନ୍ତରେ ଧାରା ୩୭୦ ଓ ୩୫ଏକୁ ପ୍ରତ୍ୟାହାର କରିନିଆଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏ ସଂକ୍ରାନ୍ତରେ ସୋମବାର ରାଜ୍ୟ ସଭାରେ ବିଲ୍‌ ଆଗତ କରିଥିଲେ। ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିଦେବା ଲାଗି ବିଲ୍‌ରେ ପ୍ରସ୍ତାବ ଦିଆଯାଇଛି। ରାଜ୍ୟର ମାନ୍ୟତା ପ୍ରତ୍ୟାହାର କରି ଜମ୍ମୁ-କଶ୍ମୀର ଓ ଲଦାଖ ଭାବେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବାକୁ ବିଲ୍‌ରେ ପ୍ରସ୍ତାବ ଦିଆଯାଇଥିଲା, ଯାହା ଗୃହରେ ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri