ଷ୍ଟାର୍ଟଅପ୍‌ଗୁଡିକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୬-୭: ଦେଶ ମଧ୍ୟରେ ଷ୍ଟାର୍ଟଅପଗୁଡିକୁ ସରକାର ପ୍ରୋତ୍ସାହିତ କରିବେ ବୋଲି ବଜେଟରେ ଘୋଷଣା କରିଛନ୍ତି। ଏଥି ଲାଗି ବିଭିନ୍ନ ପ୍ରୋତ୍ସାହନ ଯୋଜନା ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଫଇସଲା ହୋଇ ନ ଥିବା ଆୟକର ମାମଲାର ସମାଧାନ କରିବାକୁ ସରକାର ପଦକ୍ଷେପ ନେବେ। କମ୍ପାନୀଗୁଡିକୁ ଉତ୍ସାହିତ କରିବା ଲାଗି ଏଭଳି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଷ୍ଟାର୍ଟଅପଗୁଡିକର ନିରନ୍ତର ଅଭିବୃଦ୍ଧି ଲାଗି ତୃଣମୂଳ ସ୍ତରରୁ ପଦକ୍ଷେପ ନେବା ଉପରେ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆଞ୍ଜେଲ ଟିକସ ସମାଧାନ ଲାଗି ଷ୍ଟାର୍ଟଅପ ଏବଂ ନିବେଶକଙ୍କ ଲାଗି କୋହଳ ବ୍ୟବସ୍ଥା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆବଶ୍ୟକ ଘୋଷଣାପତ୍ର ଫାଇଲ କରୁଥିବା ଷ୍ଟାର୍ଟଅପ ନିବେଶକାରୀଙ୍କୁ ମୂୂଲ୍ୟାୟନ ଏବଂ ଶେୟାର ପ୍ରିମିୟମ ବାବଦରେ ଯାଞ୍ଚ କରାଯିବ ନାହିଁ।
ନିବେଶକଙ୍କ ପରିଚୟ ଏବଂ ପାଣ୍ଠି ସମ୍ପର୍କରେ ପରିଚୟ ଦେବା ବେଳେ ଇ-ଭେରିଫିକେଶନ ବ୍ୟବସ୍ଥା କରାଯିବ। ସେହିଭଳି ଷ୍ଟାର୍ଟ ଅପ୍‌ଗୁଡିକ ଉଠାଣ କରୁଥିବା ପାଣ୍ଠି ଉପରେ ଆୟକର ବିଭାଗ କୌଣସି ଯାଞ୍ଚ କରିବ ନାହିଁ। ଦୀର୍ଘ ଦିନ ଧରି ପଡିରହିଥିବା ଷ୍ଟାର୍ଟ ଅପ୍‌ଗୁଡିକର ଅଭିଯୋଗ ଏବଂ ଆସେସମେଣ୍ଟର ସମାଧାନ ଲାଗି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ସ୍ବତନ୍ତ୍ର ପ୍ରଶାସନିକ ବ୍ୟବସ୍ଥା କରାଯିବାକୁ ବଜେଟରେ ପ୍ରସ୍ତାବ ରହିଛି। ସରକାରଙ୍କ ଷ୍ଟାର୍ଟ ଅପ୍‌ ଇଣ୍ଡିଆ, ଷ୍ଟାର୍ଟ ଅପ୍‌ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଲାଗି ସ୍ବତନ୍ତ୍ର ଟିଭି ଚ୍ୟାନେଲ ଭଳି ଅନ୍ୟ ପ୍ରସ୍ତାବ ଷ୍ଟାର୍ଟ ଅପ୍‌ଗୁଡିକ ଲାଗି ରହିଛି। ଏହା ଫଳରେ ଷ୍ଟାର୍ଟଅପ୍‌ ଗୁଡିକ ଲାଗି ଭିତ୍ତିଭୂମି ସୃଷ୍ଟି ଦିଗରେ ଏହା ସହାୟକ ହେବ। ଏହି ଚ୍ୟାନେଲରେ ଷ୍ଟାର୍ଟଅପ୍‌ ଗୁଡିକର ସମସ୍ୟା ସମ୍ପର୍କରେ ଆଲୋଚନା ହେବ। ନିବେଶ, ଅନୁଦାନ ଏବଂ କର କ୍ଷେତ୍ରରେ ଯୋଜନା ପ୍ରସ୍ତୁତ କରିବାକୁ ସୁବିଧା ହେବ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri