Posted inଖେଳ

ଷ୍ଟିଭ୍‌ ଓ୍ବ ମ୍ୟାନେଜରଙ୍କ ବଦାନ୍ୟତା

ମୁମ୍ବାଇ, ୧୮।୬ (ପି.ଟି.)-ଏକ ମହତ ଉଦ୍ଦେଶ୍ୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ଓ୍ବଙ୍କ ମ୍ୟାନେଜର ହର୍ଲେ ମେଡ୍‌କାଫ୍‌ ଭାରତର ଶାରୀରିକ ଅନଗ୍ରସର କ୍ରିକେଟରଙ୍କୁ ୧.୫ ଲକ୍ଷଟଙ୍କା ସହାୟତା କରିଛନ୍ତି। ଏହି ଖେଳାଳିମାନେ କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତିଯୋଗୁ ଆର୍ଥିକ ଦୁର୍ବଳ ହୋଇ ଯାଇଥିଲେ। ଫିଜିକାଲି ଚ୍ୟାଲେଞ୍ଜଡ୍‌ କ୍ରିକେଟ ଆସୋସିଏଶନ ଅଫ୍‌ ଇଣ୍ଡିଆ (ପିସିସିଏଆଇ) ଅଧୀନରେ ଥିବା ଅସମର୍ଥ ଖେଳାଳିଙ୍କୁ ସହାୟତା ପାଇଁ ମେଡକାଫ ଯୋଜନା କରିଛନ୍ତି ବୋଲି ଏହାର ସମ୍ପାଦକ ରବି ଚୌହାନ ପ୍ରକାଶ କରିଛନ୍ତି। ପିସିସିଏଆଇର କେତେକ ଖେଳାଳି କଠିନ ସମୟ ଦେଇ ଗତି କରୁଛନ୍ତି ବୋଲି ଜାଣିବାପରେ ମେଡକାଫ୍‌ ଅର୍ଥ ସଂଗ୍ରହ ପାଇଁ ଉଦ୍ୟମ କରିଛନ୍ତି । ଏହା ଫଳପ୍ରଦ ହୋଇଛି ଏବଂ ସେ ୧,୫୦,୦୦୦ ଟଙ୍କା ସଂଗ୍ରହ କରି ପାରିଛନ୍ତି। ଏହି ଅର୍ଥରାଶି ନିହାତି ଆବଶ୍ୟକ କରୁଥିବା ପିସିସିଏଆଇର ୩୦ ଖେଳାଳିଙ୍କୁ ପ୍ରଦାନ କରାଯିବ“ ବୋଲି ଚୌହାନ କହିଛନ୍ତି। ପ୍ରତି ଖେଳାଳିଙ୍କ ଆକାଉଣ୍ଟକୁ ୫ ହଜାର ଲେଖାଏ ଟଙ୍କା ପଠାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri