ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦକୁ ନେଇ ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ, ୧୮।୯: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗାସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦ ପ୍ରତିବାଦରେ ବୁଧବାର ବୁଗବୁଗା ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ଶତାଧିକ ଗ୍ରାମବାସୀ ସାମିଲ ହୋଇ ବ୍ୟାଙ୍କ ଉଚ୍ଛେଦ ନ କରିବାକୁ ଦାବି କରିଛନ୍ତି। ଖବର ପାଇ ବରଗଡ଼ ଲୋକସଭା ଏମ୍‌ପି ସୁରେଶ ପୂଜାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବ୍ୟାଙ୍କ ଉଚ୍ଛେଦ ପାଇଁ ନିଆଯାଇଥିବା ନିଷ୍ପତ୍ତିକୁ ପୁନର୍ବିଚାର କରିବାକୁ ବ୍ୟାଙ୍କ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ସେ ଅବଗତ କରିବେ ବୋଲି କହିଛନ୍ତି। ତେବେ ବ୍ୟାଙ୍କ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କରା ନଗଲେ ଆଗକୁ ଆନ୍ଦୋଳନ ବ୍ୟାପକ ହେବବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ପ୍ରକାଶ ଯେ, ୨୦୧୪ ଜାନୁଆରୀ ୨୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଷ୍ଟେଟ ବ୍ୟାଙ୍କର ବୁଗବୁଗା ଶାଖା ଉଦ୍‌ଘାଟନ କରିଥିଲେ। ଏହା ପରଠାରୁ ଅଞ୍ଚଳବାସୀ ଏଠାରୁ ବ୍ୟାଙ୍କ ସେବା ପାଇ ଆସୁଥିଲେ। ମାତ୍ର ଉକ୍ତ ବ୍ୟାଙ୍କ ଶାଖା ଉଚ୍ଛେଦ ନିଷ୍ପତ୍ତି ନିଆ ଯିବାପରେ ଏବେ ସେଠାରେ ବ୍ୟାଙ୍କ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri