ଷ୍ଟେଶନରୁ ପିଲା ଚୋରି ଘଟଣା:  ଉଦ୍ଧାର ଶିଶୁ ମା’ଙ୍କୁ ହସ୍ତାନ୍ତର

ବାଲେଶ୍ୱର ଅଫିସ, ୧୨।୧୦- ବାଲେଶ୍ୱର ରେଳଷ୍ଟେଶନର ୧ ନଂ. ପ୍ଲାଟଫର୍ମରୁ ଗତ ୩ ତାରିଖ ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ମା’ କୋଳରେ ଶୋଇଥିବା ଏକ ୩ମାସର ଶିଶୁପୁତ୍ରକୁ ଚୋରି କରିନେଇଥିବା ରେଲଓ୍ବେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉକ୍ତ ଶିଶୁକୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଭାଗୀରଥି ବାରିକ, ସଦସ୍ୟ ପଦ୍ମଲୋଚନ ଦତ୍ତ, ଏଲ୍‌ପିଓ ମୁକ୍ତିକାନ୍ତ ପଣ୍ଡା ପ୍ରମୁଖଙ୍କ ଉପସ୍ଥିତିରେ ଶୁକ୍ରବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରିଛନ୍ତି।
ଜଳେଶ୍ୱର ଅଞ୍ଚଳର ସୀତା ମାରାଣ୍ଡି ନାମ୍ନୀ ମହିଳା କିଛିଦିନ ପୂର୍ବରୁ ବାଲେଶ୍ୱର ସହର ସହଦେବଖୁଣ୍ଟା ମଡେଲ ଥାନା ଗୁଧିବସାରେ ଭଡ଼ା ରହି ଲୋକମାନଙ୍କ ଘରେ କାମ କରି ଚଳୁଥିଲେ। ଗତ ୩ ତାରିଖ ରାତିରେ ସେ ଘରକୁ ଫେରି ନ ପାରି ନିଜର ଶିଶୁପୁତ୍ର ସହ ରେଳଷ୍ଟେଶନର ୧ନଂ. ପ୍ଲାଟଫର୍ମରେ ଶୋଇପଡିଥିଲେ। ବିଳମ୍ବିତ ରାତିରେ ସୀତା ଗଭୀର ନିଦ୍ରାରେ ଶୋଇଥିବାର ସୁଯୋଗ ନେଇ କେହି ଦୁର୍ବୃତ୍ତ ଶିଶୁକୁ ନେଇଯାଇଥିଲେ। ନିଦ ଭାଙ୍ଗିବା ପରେ ସୀତା ତାଙ୍କ ପୁଅକୁ ନ ପାଇ ରେଲଓ୍ବେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ରେଲଓ୍ବେ ଥାନାରେ ପୋଲିସ ମାମଲା (ନଂ. ୬୨/୧୯) ରୁଜୁ କରି ସିସିଟିଭି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଥିଲା। ଜଳେଶ୍ୱରରୁ ଗଞ୍ଜାମ ଜିଲା ମୁକୁନ୍ଦପୁର ଅଞ୍ଚଳର ପି. ଯୋଗୀ ପାତ୍ର, ସ୍ତ୍ରୀ ବି. ଲକ୍ଷ୍ମୀ ପାତ୍ର, ଶିଳ୍ପାଞ୍ଚଳ ଥାନା ଶୋଭାରାମପୁର ଅଞ୍ଚଳର ପାଣ୍ଡିଆ କିସ୍କୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ଏଯାଏ ଫେରାର ଅଛନ୍ତି। ଶିଶୁକୁ ଚୋରି କରି ବିହାର ନେଇଯିବା ପାଇଁ ପ୍ରସ୍ତୁତ ହେଉଥିବାବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଶିଶୁକୁ ଉଦ୍ଧାର କରାଯାଇ କୁରୁଡ଼ାସ୍ଥିତ ନିର୍ମଳା ଶିଶୁ ଭବନରେ ରଖାଯାଇଥିଲା। ଗତ ଗୁରୁବାର ଶିଶୁପୁତ୍ରକୁ ନେବା ପାଇଁ ମା’ ସୀତା ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ବାରିବ ଏବଂ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଯୁବକ ମାଝିଙ୍କୁ ଲିଖିତ ଭାବେ ଜଣାଇଥିଲେ। ସମସ୍ତ ପ୍ରମାଣପତ୍ର ପୈଠ କରିବା ପରେ ଶୁକ୍ରବାର ତାଙ୍କୁ ଶିଶୁପୁତ୍ରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri