ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ତେଣୁ ବିଭିନ୍ନ ଷ୍ଟେଶନରେ ଟ୍ରେନ୍‌ଗୁଡ଼ିକ ଅଟକି ରହିଛି। ପୁରୀ ଷ୍ଟେଶନର ୮ଟି ପ୍ଲାଟଫର୍ମରେ ୨୭ଟି ଇଞ୍ଜିନ ଅଟକି ରହିଛି। ଏଥିସହିତ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଆଇସୋଲେଶନ କୋଚ ପ୍ରସ୍ତୁତି ଚାଲିଛି। ଏସବୁର ସୁରକ୍ଷା ସହିତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଚଳପ୍ରଚଳ ଉପରେ ନଜର ରଖିଛି ଡ୍ରୋନ। ଅତୀତରେ ଷ୍ଟେଶନରେ କେତେକ ଅସାମାଜିକ କାର୍ଯ୍ୟକଳାପ ଦେଖିବାକୁ ମିଳିଛି। ଅନେକ ଥର ଏଠାରେ ରହିଥିବା ଅବସ୍ଥାରେ ଟ୍ରେନରେ ନିଅଁ। ଲାଗିଛି। ତେଣୁ ବର୍ତ୍ତମାନ ଟ୍ରେନ୍‌ ଚଳାଚଳ ବନ୍ଦ ରହିଥିବାରୁ ଷ୍ଟେଶନ ପରିସରରେ ଅସାମାଜିକଙ୍କ ଆଡ୍ଡା ଜମିବା ସମ୍ଭାବନା ରହିଛି। ସେହିପରି ଅନ୍ୟ କୌଣସି ଅର୍ନ୍ତଘାତୀ କାର୍ଯ୍ୟକଳାପ ଯେପରି ନ ହେବ ତେଣୁ ବିଭାଗ ପକ୍ଷରୁ ଷ୍ଟେଶନ ଏବଂ ଟ୍ରେନଗୁଡ଼ିକର ସୁରକ୍ଷା, ନିରାପତ୍ତାକୁ ଗୁରୁତ୍ୱ ଦିଆଯାଇଛି। ବୁଧବାରଠାରୁ ଡ୍ରୋନ ସାହାଯ୍ୟରେ ସମ୍ପୂର୍ଣ୍ଣ ଷ୍ଟେଶନ ପରିସର ଉପରେ ନଜର ରଖାଯାଇଛି। ବିଭିନ୍ନ ସ୍ଥାନର ଫଟୋ ମଧ୍ୟ ଉତ୍ତୋଳନ କରୁଛି ଏହି ଡ୍ରୋନ। ଲକ୍‌ଡାଉନ ଶେଷ ପର୍ଯ୍ୟନ୍ତ ଏମିତି ନିୟମିତ ବ୍ୟବଧାନରେ ଡ୍ରୋନ ମାଧ୍ୟମରେ ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖାଯିବ ବୋଲି ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀଙ୍କଠାରୁ ସୂଚନା ମିଳିଛି।
ସୂଚନାଥାଉ କି, ଗତବର୍ଷ ମାର୍ଚ୍ଚ ୨୨ ହୋଲି ଦିନ ପୁରୀ ଷ୍ଟେଶନରେ ରହିଥିବା ତପସ୍ବିନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୩ଟି ସ୍ଲିପର କୋଚ୍‌ ନଷ୍ଟ ହୋଇଯାଇଥିଲା। ନିଅଁ। ଲଗାଇ ଦେଇଥିବା ସନ୍ଦେହ କରି ଜିଆର୍‌ପି ୨ ଜଣଙ୍କୁ ଅଟକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri