ଷ୍ଟେଶନ ଲିଭ୍‌ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ

ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍‌ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରେ ରହିବେ। ଏହି ଦୁଇଘଣ୍ଟାରେ ସେମାନେ ନିଜ ନିଜ ବିଭାଗର ଉନ୍ନୟନ କାର୍ଯ୍ୟର ରୂପାୟନ ସହ ଟ୍ରାନ୍ସପରେନସି, ଟିମ୍‌ୱର୍କ, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ ଓ ଟାଇମ୍‌ ସମ୍ପର୍କରେ ଆଲୋଚନା କରିବେ। ଏ ନେଇ ରାଜ୍ୟ ସରକାର ଚିଠି ନଂ ୧୭୧୫୫ରେ ନିର୍ଦ୍ଦେଶନାମା ଜାରି କରିଥିଲେ। ହେଲେ ସରକାରଙ୍କ ଏହି ନିର୍ଦ୍ଦେଶକୁ ଅନୁଗୋଳ ଜିଲାରେ ଉଲ୍ଲଂଘନ କରାଯାଇଛି। ଖୋଦ୍‌ ଜିଲାପାଳ ଆଜି କରିଥିବା ସମୀକ୍ଷା ବୈଠକରେ ବହୁ ଅଧିକାରୀ ଅନୁପସ୍ଥିତ ରହିଥିବା ପ୍ରମାଣ ପାଇବା ପରେ ବିରକ୍ତି ପ୍ରକାଶ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ରାଜ୍ୟ ସରକାରଙ୍କ ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ଏହି ୫ଟି ମନ୍ତ୍ରର ସମୀକ୍ଷା କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି ତାଙ୍କ କାର୍ଯ୍ୟାଳୟରେ ପୂର୍ବାହ୍ନ ୧୦ଟାରେ ପହଞ୍ଚତ୍ଥିଲେ। ଏହାପରେ ସେ ଜିଲାର ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତାଙ୍କ କାର୍ଯ୍ୟାଳୟକୁ ଡକାଇଥିଲେ। କିନ୍ତୁ କେତେଜଣ ହାତ ଗଣତି ଅଧିକାରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିବାବେଳେ ଅନ୍ୟମାନଙ୍କ ଦେଖା ନ ଥିଲା। ଏପରି କି ଜିଲାପାଳଙ୍କ ନିର୍ଦ୍ଦେଶ ମିଳିବା ପରେ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ତାଙ୍କ ଷ୍ଟେନୋ ଯୋଗାଯୋଗ କରିଥିଲେ। କିନ୍ତୁ ସମସ୍ତେ ଜିଲା ବାହାରେ ଥିବା କଥା କହିଥିଲେ। ଏହାକୁ ନେଇ ଜିଲାପାଳ ବିରକ୍ତି ହୋଇଥିବା ଜଣାପଡ଼ିଛି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା, ଡେପୁଟି କଲେକ୍ଟର ବଇତୁରା ଦୀପ, ଆସିଷ୍ଟାଣ୍ଟ କଲେକ୍ଟର ଲମ୍ବୋଦର ମାରାଣ୍ଡି, ରତନ ଆଚାର୍ଯ୍ୟ, ଅନୁଗୋଳ ବିଡିଓ ମାୟାଧର ମହାନ୍ତି, ଜିଲା କୃଷି ଉପନିର୍ଦ୍ଦେଶକ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କ ସହ ଅନ୍ୟଜଣେ ବୈଠକରେ ଉପସ୍ଥିତ ଥିଲେ। ଅନ୍ୟମାନେ ଷ୍ଟେଶନ ଲିଭ(ଜିଲା ବାହାରକୁ ଯିବା ପାଇଁ ଅନୁମତି) ନ ନେଇ ଚାଲିଯାଇଥିଲେ। ଏ ସମ୍ପର୍କରେ ଜିଲାପାଳ କହିଛନ୍ତି, ଜିଲା ବାହାରକୁ ଅଧିକାରୀମାନେ ଗଲେ ଅନୁମତି ନେବା କଥା। କିନ୍ତୁ ଆଜି ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଯେଉଁମାନେ ଜିଲାରେ ନ ଥିଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri