ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକ ଜଣକ ହେଲେ ନୟାଗଡ଼ର ପ୍ରକାଶ ଚନ୍ଦ୍ର ସାମନ୍ତରାୟ(୪୧) ଏବଂ ଗୁରୁତର ସୁଶାନ୍ତ ସାହୁ(୪୭)। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀମାନେ ବିଳମ୍ବରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।